ମଝି ସମୁଦ୍ରରେ ଓଲଟିଲା ଡଙ୍ଗା, ୮୯ ମୃତ, ବହୁ ନିଖୋଜ …

ଦାମାସକସ, ୨୪।୯ : ସିରିଆ ଉପକୂଳରେ ମଝି ସମୁଦ୍ରରେ ଏକ ଡଙ୍ଗା ଓଲଟି ପଡ଼ିଛି। ଏହି ଡଙ୍ଗା ବୁଡ଼ି ଘଟଣାରେ ଏପର୍ଯ୍ୟନ୍ତ ୮୯ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତେବେ ବହୁ ଲୋକ ଏବେ ବି ନିଖୋଜ ଅଛନ୍ତି। ତେଣୁ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କ ଥିବା କୁହାଯାଉଛି। ଗତକାଲି ଏହି ଦୁର୍ଘଟଣା ଘଟିଛି।

ଡଙ୍ଗାଟି ଲେବାନନରୁ ପ୍ରବାସୀମାନଙ୍କୁ ନେଇ ଯାଉଥିଲା। ସିରିଆ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ ପୀଡିତଙ୍କ ପରିବାର ସହ ଯୋଗାଯୋଗ କରାଯାଉଛି। ସେମାନେ ନିଜ ପ୍ରିୟ ଲୋକଙ୍କୁ ଚିହ୍ନିବାରେ ସାହାଯ୍ୟ କରିବାକୁ ଲେବାନନରୁ ସିରିଆକୁ ଆସୁଛନ୍ତି ।

ଏହି ଦୁର୍ଘଟଣାରେ ୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ସ୍ବସ୍ଥ୍ୟମନ୍ତ୍ରୀ ମହମ୍ମଦ ହାସନ ଗବାଶ କହିଛନ୍ତି। ସେମାନଙ୍କୁ ସିରିଆର ଉପକୂଳବର୍ତ୍ତୀ ସହର ତାରତୁସର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହାପୂର୍ବରୁ ଶୁକ୍ରବାର ତାରତୁସର ଗଭର୍ନର ଅବଦୁଲ ହଲିମ ଖଲିଲ କହିଛନ୍ତି ଯେ ସମୁଦ୍ର କୂଳରେ ଅଧିକ ମୃତଦେହଙ୍କର ଖୋଜା ଚାଲିଛି।

କୁହାଯାଉଛି ଯେ ୩୧ ଟି ମୃତଦେହ କୂଳକୁ ଆସିଥିଲା । ଅନ୍ୟ ମୃତଦେହଗୁଡ଼ିକୁ ସିରିଆ ଡଙ୍ଗା ଦ୍ୱାରା ପାଣି ଭିତରୁ ଉଦ୍ଧାର କରାଯାଇଛି। ଲାଗି ରହିଥିବା ସଙ୍କଟ ଯୋଗୁ ଲେବାନନର ଲୋକମାନେ ସମୁଦ୍ର ଦେଇ ୟୁରୋପକୁ ପଳାଇବାକୁ ଚେଷ୍ଟା କରୁଛନ୍ତି। ଲେବାନନ ସୈନ୍ୟବାହିନୀ କହିଛି ଯେ ଜଣେ ସନ୍ଦିଗ୍ଧ ଚୋରା ଚାଲାଣକାରୀଙ୍କୁ ଗିରଫ କରାଯାଇଛି। ସେ ସାଧାରଣ ନାଗରିକଙ୍କୁ ସମୁଦ୍ର ଦେଇ ୟୁରୋପକୁ ନେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri