ମଝି ସମୁଦ୍ରରେ ଓଲଟିଲା ଡଙ୍ଗା, ୨୫ ନିଖୋଜ…

ଜାକର୍ତ୍ତା, ୨୯।୫ : ଇଣ୍ଡୋନେସିଆର ସେଣ୍ଟ୍ରାଲ ସୁଲାୱେସି ପ୍ରଦେଶର ମାକାସର ଷ୍ଟ୍ରେଟରେ ଏକ ଡଙ୍ଗା ଓଲଟି ପଡ଼ିଛି। ଏହି ଘଟଣାରେ ୨୫ ଜଣ ନିୀଖୋଜ ଥିବାବେଳେ ୧୭ ଜଣଙ୍କୁ ଉଦ୍ଧାର କରାଯାଇଛି। ଡଙ୍ଗାରେ ୪୨ ଜଣ ଲୋକ ଥିଲେ। ଅଧିକାରୀମାନେ ରବିବାର ଏହି ସୂଚନା ଦେଇଛନ୍ତି।

ଦକ୍ଷିଣ ସୁଲାୱେସି ନ୍ୟାଶନାଲ ସର୍ଚ୍ଚ ଆଣ୍ଡ ରେସକ୍ୟୁ ଏଜେନ୍ସିର ମୁଖ୍ୟ ଜୁନାଡି କହିଛନ୍ତି ଯେ ଗୁରୁବାର ସକାଳେ ମାକାସରର ଏକ ବନ୍ଦରରୁ ପାଙ୍ଗକାପେ ରେଜେନ୍ସିର କାଲମାସ ଦ୍ୱୀପକୁ ଯାତ୍ରା କରୁଥିବା ସମୟରେ ୪୨ ଜଣ ଲୋକଙ୍କୁ ନେଇ ଯାଉଥିବା ଏହି ଡଙ୍ଗାଟି ଖରାପ ପାଗ ଯୋଗୁଁ ସମୁଦ୍ର ମଝିରେ ଓଲଟି ପଡ଼ିଥିଲା।

ଜୁନାଡି କହିଛନ୍ତି ଯେ ସର୍ଚ୍ଚ ଏବଂ ଉଦ୍ଧାରକାରୀ ସଂସ୍ଥା ଶନିବାର ଦିନ ବୁଡ଼ିଯାଇଥିବା ଡଙ୍ଗାର ଅବସ୍ଥିତି ବିଷୟରେ ନୂତନ ସୂଚନା ଗ୍ରହଣ କରିଛି ଏବଂ କର୍ମଚାରୀଙ୍କୁ ସେହି ଅଞ୍ଚଳକୁ ପଠାଇଛି। ନିଖୋଜ ଯାତ୍ରୀଙ୍କ ସନ୍ଧାନରେ ସ୍ଥାନୀୟ ଦୁଇଟି ମତ୍ସ୍ୟଜୀବୀ ଡଙ୍ଗା, ଅନ୍ୟ ଦୁଇଟି ଡଙ୍ଗା, ଏକ ସର୍ଚ୍ଚ ଏବଂ ଉଦ୍ଧାର ଡଙ୍ଗା ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଜାରି ରଖିଛି।

ସୂଚନାଯୋଗ୍ୟ, ଇଣ୍ଡୋନେସିଆରେ ଡଙ୍ଗା ବୁଡ଼ିବା ଘଟଣା ସାଧାରଣ। ୨୦୧୮ ରେ, ଉତ୍ତର ସୁମାତ୍ରା ପ୍ରଦେଶର ଏକ ଗଭୀର ଆଗ୍ନେୟଗିରି କ୍ରାଟର ହ୍ରଦରେ ଏକ ଡଙ୍ଗା ବୁଡ଼ି ୧୬୭ ଜଣଙ୍କର ମୃତ୍ୟୁ ଘଟିଥିଲା । ଡଙ୍ଗାରେ ପ୍ରାୟ ୨୦୦ ଲୋକ ଥିଲେ। ଫେବୃଆରୀ ୧୯୯୯ ରେ ଏକ ଯାତ୍ରୀବାହୀ ଡଙ୍ଗା ବୁଡ଼ି ଘଟଣାରେ ୩୩୨ ଜଣଙ୍କୁ ନେଇ ଯାଇଥିବା ଲୋକଙ୍କ ମଧ୍ୟରୁ କେବଳ ୨୦ ଜଣ ବଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri