ଚିଲିକାରେ ବୁଡ଼ିଲା ଡଙ୍ଗା: ୨ ମୃତ

ବ୍ରହ୍ମଗିରି,୫ା୯(ଡି.ଏନ୍‌.ଏ.):ଚିଲିକାରେ ରବିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ବୁଡ଼ିଯାଇଛି। ଏହି ଡଙ୍ଗାରେ ଥିବା ୯ଜଣ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ପୁରୀ ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କର ପରିଚୟ ମିଳିପାରି ନାହିଁ।
ସୂଚନା ମୁତାବକ, ପୂର୍ବାହ୍ନରେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ଗମ୍ଭାରୀ ଗ୍ରାମର ୫ ଯୁବକ ଓ ସେମାନଙ୍କ ସମ୍ପର୍କୀୟ ପୁରୀ ଅଞ୍ଚଳର ୪ ଜଣ ଯୁବକ ସାଥିହୋଇ ଚିଲିକାର କାଳିଯାଈ କୁଦାକୁ ଭୋଜି କରିବାକୁ ଯାଇଥିଲେ। ଭୋଜି ସାରି ସନ୍ଧ୍ୟାରେ ଡଙ୍ଗାରେ ଗ୍ରାମକୁ ଫେରୁଥିଲେ। ଏହି ସମୟରେ ହଠାତ୍‌ ଜୋରରେ ପବନ ଓ ବର୍ଷା ହୋଇଥିଲା। ଫଳରେ ନାଉରିଆ ଭାରସାମ୍ୟ ହରାଇବାରୁ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାରେ ଥିବା ଗମ୍ଭାରୀ ଗ୍ରାମର ୫ଜଣ ଯୁବକ ପହଁରି କୂଳକୁ ପଳାଇ ଆସିଥିଲେ। ଖବରପାଇ କେତେଜଣ ଗ୍ରାମବାସୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଥିଲେ। ସମ୍ପୃକ୍ତ ଯୁବକମାନଙ୍କ ସହ ଥିବା ଉଗ୍ରସେନ ଦାସ ପହଁରି ଏକ କୁଦାରେ ଲାଗିଥିବା ବେଳେ ଅନ୍ୟଜଣେ ସମ୍ପର୍କୀୟ ଧନଞ୍ଜୟ ପଲାଇଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ। ତେବେ ଅନ୍ୟ ୨ଜଣ ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଅଗ୍ନିଶମ ବାହିନୀ ପହଞ୍ଚି ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ଦୁଇ ଯୁବକଙ୍କ ମୃତଦେହ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri