ତାମ୍ପରା ହ୍ରଦରେ ବୁଡ଼ିଲା ଡଙ୍ଗା : ଭାଉଜ ମୃତ, ନଣନ୍ଦ ଗୁରୁତର

ଛତ୍ରପୁର,୩।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ତାମ୍ପରା ହ୍ରଦରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଦେଶୀ ଡଙ୍ଗାରେ କାଠ ସଂଗ୍ରହ କରି ଫେରୁଥିବା ବେଳେ ଡଙ୍ଗା ଓଲଟି ଭାଉଜଙ୍କ ମୃତ୍ୟୁ ଘଟିଥିବା ବେଳେ ନଣନ୍ଦ ଗୁରୁତର ଅଛନ୍ତି। ମୃତ ଭାଉଜ ହେଲେ ହୁମର ଗ୍ରାମର ପୁଷ୍ପା ବେହେରା ଓ ଗୁରୁତର ନଣନ୍ଦ ହେଉଛନ୍ତି ବନିତା ବେହେରା।
ପୁଷ୍ପା ଓ ବନିତା ତାମ୍ପରା ହ୍ରଦର ଅପରପକ୍ଷ ଝାଉଁ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ ପାଇଁ ଯାଇଥିଲେ। ଅପରାହ୍ନରେ କାଠ ଧରି ଦେଶୀ ଡଙ୍ଗାରେ ଘରକୁ ଫେରୁଥିଲା ବେଳେ ଡଙ୍ଗାଟି ହ୍ରଦ ମଧ୍ୟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚୀ ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ସହାୟତାରେ ଖୋଜାଖୋଜି କରିବା ପରେ ପୁଷ୍ପାଙ୍କ ମୃତଦେହ ପାଇଥିଲେ। ସଂଜ୍ଞାହୀନ ଅବସ୍ଥାରେ ବନିତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଛତ୍ରପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ମୃତ ମହିଳାଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ପ୍ରଦାନ କରାଯାଇଛି ବୋଲି ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ସୂଚନା ଦେଇଛନ୍ତି। ଶୋକସନ୍ତପ୍ତ ପରିବାରକୁ ବିଧାୟକ ଭେଟି ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri