ମଝି ନଈରେ ଓଲଟିଲା ଡଙ୍ଗା, ୫୦ରୁ ଅଧିକ ମୃତ…

ଙ୍କିଶାସା,୧୦।୧୦: କଙ୍ଗୋରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମଝି ନଈରେ ଡଙ୍ଗା ବୁଡ଼ିଯିବାରୁ ୧୦୦ରୁ ଅଧିକ ଲୋକ ବୁଡି ଯାଇଛନ୍ତି। ଏପର୍ଯ୍ୟନ୍ତ ୫୧ଟି ମୃତଦେହକୁ ଉଦ୍ଧାର କରାଯାଇଛି। ଏହି ଦୁର୍ଘଟଣାରେ ପ୍ରାୟ ୬୦ ଯାତ୍ରୀ ନିଖୋଜ ଅଛନ୍ତି। କଙ୍ଗୋ ନଦୀରେ ଏହି ଦୁର୍ଘଟଣା ଘଟିଛି। କ୍ଷମତା ଠାରୁ ଅଧିକ ଯାତ୍ରୀ ଥିବାରୁ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିତ୍ବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ଦେଶର ଉତ୍ତର-ପଶ୍ଚିମ ପ୍ରଦେଶ ମୋଙ୍ଗଲାର ରାଜ୍ୟପାଳଙ୍କ ମୁଖପାତ୍ର ନେଷ୍ଟୋର ମାଗବାଡୋଙ୍କ ଅନୁଯାୟୀ ୩୯ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୁଖପାତ୍ର କହିଛନ୍ତି ଯେ ଡଙ୍ଗାରେ ଚଢ଼ିବା ପୂର୍ବରୁ ଯାତ୍ରୀଙ୍କୁ ଗଣନା କରାଯାଇ ନାହିଁ। ଏଭଳି ପରିସ୍ଥିତିରେ ଡଙ୍ଗାର ବସିବା କ୍ଷମତାକୁ ଦେଖି ନିଖୋଜ ଲୋକଙ୍କ ସଂଖ୍ୟା ଆକଳନ କରାଯାଉଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସେ କହିଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସେ ସୂଚନା ଦେଇଛନ୍ତି।

କଙ୍ଗୋ ନଦୀରେ ଡଙ୍ଗା ଓଲଟି ଦୁର୍ଘଟଣା ଘଟିବା ଏକ ସାଧାରଣ ଘଟଣା ପାଲଟିଛି। ଡଙ୍ଗାରେ ପ୍ରାୟତଃ କ୍ଷମତାଠାରୁ ଅଧିକ ଯାତ୍ରୀଙ୍କୁ ପରିବହନ କରାଯାଊଥିବାରୁ ଏଭଳି ଦୁର୍ଘଟଣା ଘଟିଥାଏ। ଅଧିକାଂଶ ଲୋକ ଯାତ୍ରା ସମୟରେ ଲାଇଫ ଜ୍ୟାକେଟ ପିନ୍ଧୁ ନଥିବାରୁ ଡଙ୍ଗାବୁଡ଼ି ଘଟଣାରେ ମୃfତକଙ୍କ ସଂଖ୍ୟା ବଢ଼ିଥାଏ।

ଚଳିତ ବର୍ଷ ଫେବୃଆରୀରେ ମାଇ-ନଦୋମ୍ବେ ପ୍ରଦେଶର କଙ୍ଗୋ ନଦୀରେ ଏକ ଡଙ୍ଗା ବୁଡ଼ି ରେ୬୦ ଜଣଙ୍କର ମୃତ୍ୟୁ ହୋଇଥିଲା। ଡଙ୍ଗାରେ ୭୦୦ରୁ ଅଧିକ ଯାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri