Posted inଜାତୀୟ

ଝିଅ, ପୁଅଙ୍କୁ ହରାଇ ଶୂନ୍ୟ ହୋଇଗଲା ମା’ କୋଳ

ବଡ଼ୋଦରା,୧୯।୧: ଗୁଜରାଟ ବଡ଼ୋଦରା ଜିଲା ଅଧୀନ ହାରନି ହ୍ରଦରେ ଡଙ୍ଗା ବୁଡ଼ି ୧୪ ଛାତ୍ରୀଛାତ୍ରଙ୍କ ସହ ୨ଜଣ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ମୃତ ଛାତ୍ରୀଛାତ୍ରଙ୍କ ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗି ପଡିଛି। ଏଭଳି ସ୍ଥିତିରେ ଗୁଜରାଟ ବଡ଼ୋଦରାରେ ବସବାସ କରୁଥିବା ଦମ୍ପତି ନିଜ ଦୁଇ ପୁଅ, ଝିଅଙ୍କୁ ହରାଇ ସମ୍ପୂର୍ଣ୍ଣ ଭାଙ୍ଗି ପଡିବା ସହ ପାଗଳ ପ୍ରାୟ ହୋଇପଡିଛନ୍ତି।

ଦମ୍ପତିଙ୍କ ପରିବାର ଲୋକଙ୍କ ସୂଚନା ମୁତାବକ, ଦମ୍ପତିଙ୍କ ବିବାହକୁ ଅନେକ ବର୍ଷ ବିତି ଯାଇଥିଲେ ସୁଦ୍ଧା ସେମାନଙ୍କ କୌଣସି ପିଲାଛୁଆ ହେଉ ନ ଥିଲା। ହେଲେ ବିବାହର ୧୭ବର୍ଷ ପରେ ତାଙ୍କର ଦୁଇ ସନ୍ତାନ ହୋଇଥିଲା। ବର୍ତ୍ତମାନ ଡଙ୍ଗା ବୁଡି ଘଟଣାରେ ଦମ୍ପତିଙ୍କ ଝିଅ ପୁଅଙ୍କ ମୃତ୍ୟୁ ଘଟିଛି। ପୁଅ ଦ୍ବିତୀୟ ଶ୍ରେଣୀରେ ପଢୁଥିବା ବେଳେ ଝିଅ ତୃତୀୟ ଶ୍ରେଣୀରେ ପଢୁଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ପ୍ରତ୍ୟେକ ମୃତକ ଛାତ୍ରଛାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ମଧ୍ୟ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ୧୮ଜଣଙ୍କ ନାମରେ ମାମଲା ରୁଜୁ କରିଛି। ପୋଲିସ ଡଙ୍ଗା ଚାଳକ ଏବଂ ମ୍ୟାନେଜରଙ୍କୁ ଗିରଫ କରିଛି।

ସୂଚନା ଯୋଗ୍ୟ, ବଡ଼ୋଦରା ଜିଲାର ଏକ ଘରୋଇ ସ୍କୁଲ୍‌ର ୨୭ ଜଣ ଛାତ୍ରୀଛାତ୍ର ବଣଭୋଜି କରିବାକୁ ହାରନି ହ୍ରଦକୁ ଯାଇଥିଲେ। ପରେ ସେମାନେ ଡଙ୍ଗା ଯୋଗେ ନୌକା ବିହାରରେ ବାହାରିଥିଲେ। ସେତିକିବେଳେ ଡ଼ଙ୍ଗା ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ୧୪ଜଣ ଛାତ୍ରୀଛାତ୍ରଙ୍କ ସହ ୨ଜଣ ଶିକ୍ଷକ ଏହିପରି ମୋଟ ୧୬ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri