ଡଙ୍ଗାରେ ଅଗ୍ନିକାଣ୍ଡ: ୩ ବ୍ରିଟିଶ ପର୍ଯ୍ୟଟକ ନିଖୋଜ…

କାଏରୋ,୧୨।୬ : ଇଜିପ୍ଟର ଲୋହିତ ସାଗରରେ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଡଙ୍ଗାରେ ନିଆଁ ଲାଗିଯାଇଛି। ଏହି ଡଙ୍ଗାରେ ଅନେକ ବ୍ରିଟିଶ ପର୍ଯ୍ୟଟକ ଯାଇଥିଲେ, ସେମାନଙ୍କ ମଧ୍ୟରୁ ତିନିଜଣ ନିଖୋଜ ଅଛନ୍ତି।

ନ୍ୟୁଜ ଏଜେନ୍ସିର ଏକ ରିପୋର୍ଟ ଅନୁଯାୟୀ ଉଦ୍ଧାରକାରୀମାନେ ନିଖୋଜ ବ୍ରିଟିଶ ପର୍ଯ୍ୟଟକଙ୍କ ସନ୍ଧାନ ଜାରି ରଖିଛନ୍ତି। ୧୫ ଜଣ ବ୍ରିଟିଶ ପର୍ଯ୍ୟଟକଙ୍କ ସମେତ ଡଙ୍ଗାରେ ୨୭ ଜଣ ଲୋକ ଥିଲେ। ଏଥିମଧ୍ୟରୁ ୧୨ ଜଣ ବ୍ରିଟିଶ ପର୍ଯ୍ୟଟକଙ୍କ ସମେତ ୨୪ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ତିନିଜଣଙ୍କୁ ଖୋଜା ଚାଲିଛି।

ବ୍ରିଟେନର ବୈଦେଶିକ କାର୍ଯ୍ୟାଳୟ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛନ୍ତି। ଏକ ବିବୃତ୍ତି ଅନୁଯାୟୀ, ବୈଦେଶିକ କାର୍ଯ୍ୟାଳୟ ମୁଖପାତ୍ର କହିଛନ୍ତି ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଏହି ଘଟଣାରେ ସମ୍ପୃକ୍ତ ବ୍ରିଟିଶ ନାଗରିକଙ୍କୁ ସାହାଯ୍ୟ କରିବା ପାଇଁ କାର୍ଯ୍ୟ କରୁଛନ୍ତି।

ଲୋହିତ ସାଗରର ହୁରଗଡା ବେଳାଭୂମି ବନ୍ଦ ହେବାର କିଛି ଦିନ ପରେ ଏହି ଘଟଣା ଘଟିଛି। ସାର୍କ ଆକ୍ରମଣରେ ରୁଷିଆର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ସମୁଦ୍ରକୂଳ ବନ୍ଦ ରହିଥିଲା।

ଇଜିପ୍ଟର ପରିବେଶ ମନ୍ତ୍ରଣାଳୟ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଲୋହିତ ସାଗର ବେଳାଭୂମି ପରିଦର୍ଶନ କରୁଥିବା ଲୋକଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କରିବାକୁ ପରିବେଶ କର୍ତ୍ତୃପକ୍ଷ ୟସ୍ମିନ ଫୁଡ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ସାର୍କ ଆକ୍ରମଣ ଭଳି ଘଟଣା ଆଉ ପୁନରାବୃତ୍ତି ଯେପରି ନ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri