କାର୍ଯ୍ୟକାରୀ ହେଉନାହିଁ ବୋଟ୍‌ ରୁଲ୍‌ସ

କେନ୍ଦ୍ରାପଡ଼ା ଅଫିସ, ୨୭ା୬: ଗତ ୧୯ ତାରିଖରେ ମହାକାଳପଡା ବ୍ଲକ ପୀତାପାଟ ଗ୍ରାମ ନିକଟ ମହାନଦୀରେ ଡଙ୍ଗା ଓଲଟିବାରୁ ୫ ଶ୍ରମିକ ପହଁରି ନିଜ ଜୀବନ ବଞ୍ଚାଇଥିଲେ। ଏହି ସ୍ଥାନରେ ୨୦୧୩ ମାର୍ଚ୍ଚ ୧ ତାରିଖରେ ଡଙ୍ଗା ବୁଡି ଜଗତ୍‌ସିଂହପୁର ଜିଲାର ୧୩ କିଶୋର କ୍ରିକେଟ ଖେଳାଳିଙ୍କ ଜୀବନ ଯାଇଥିଲା। ସେହିପରି ୨୦୧୯ ଜାନୁୟାରୀ ୨ରେ ନିପାଣିଆଠାରେ ଡଙ୍ଗା ବୁଡି ଯୋଗୁ ୧୦ ମହିଳା ଓ ଶିଶୁଙ୍କ ପ୍ରାଣହାନି ହୋଇଥିଲା। ପଦନୀପାଳ, ଏକମାଣିଆ, ସିଂହଗଁା ଆଦି ନଦୀ ପରିବେଷ୍ଟିତ ୧୭ ପଞ୍ଚାୟତକୁ ଅଦ୍ୟାବଧି ସେତୁ ନିର୍ମାଣ ହୋଇନାହିଁ। ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରେ ଥିବା ହୁକିଟୋଲା, ହାବଳିଖଟି, ବତୀଘର, ବରୁଣେଇ ଆଦି ପର୍ଯ୍ୟଟନସ୍ଥଳକୁ ବିପଜ୍ଜନକ ଭାବେ ଲୋକେ ନୌକାରେ ଯାତାୟାତ କରୁଛନ୍ତି। ନୌକା ଅଥବା ଦେଶୀ ଡଙ୍ଗା ସ୍ଥାନୀୟ ଅଞ୍ଚଳରେ ଯାତାୟାତର ମାଧ୍ୟମ ହୋଇଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ୨୦୦୪ ମସିହାର ବୋଟ ରୁଲ୍ସ କାର୍ଯ୍ୟକାରୀ ହେଉ ନାହିଁ। ଲାଇଫ ଜ୍ୟାକେଟ ନ ଥାଇ ପର୍ଯ୍ୟଟକ ଓ ଯାତ୍ରୀ ଡଙ୍ଗାରେ ଯାଉଛନ୍ତି। ଫଳରେ ନୌପରିବହନ ଏବେ ବିପଦରେ ବୋଲି ବହୁ ବୁଦ୍ଧିଜୀବୀ ମତ ଦେଇଛନ୍ତି।

ସାମାଜିକ କର୍ମୀ ଅଭିତାଭ ଚାନ୍ଦ କୁହନ୍ତି, ରାଜ୍ୟ ସରକାରଙ୍କ ବୋଟ ରୁଲ୍ସ ଅନୁଯାୟୀ ଜିଲାରେ ଥିବା ଅଧିକାଂଶ ବୋଟଚାଳକ ଓ ଡଙ୍ଗା ବୀମାଭୁକ୍ତ ହୋଇନାହିଁ। ଏପରି କି ଫିଟ୍‌ନେସ ନ ଥିବା ବୋଟରେ ଯାତ୍ରୀ ଯା’ଆସ କରୁଛନ୍ତି। କୌଣସି କାରଣରୁ ଡଙ୍ଗାବୁଡି ହେଲେ ମୃତ ଯାତ୍ରୀଙ୍କୁ କ୍ଷତିପୂରଣ ମିଳିବା ସମ୍ଭବ ହେବନାହିଁ। ୬୦ରୁ ଊର୍ଦ୍ଧ୍ୱ ବୋଟ ଜାତୀୟ ଉଦ୍ୟାନ ମଧ୍ୟରେ ବିନା ଫିଟ୍‌ନେସରେ ଚାଲୁଥିବା ସେ ଦର୍ଶାଇଛନ୍ତି। ରାଜନଗର ବ୍ଲକ ଗୁପ୍ତିର ନରେନ୍ଦ୍ର ସାହୁ କୁହନ୍ତି, ଜାତୀୟ ଉଦ୍ୟାନ ମଧ୍ୟରେ ୧୭୦୦ରୁ ଊର୍ଦ୍ଧ୍ୱ ଲୁଣା କୁମ୍ଭୀର ଅଛନ୍ତି। ଏହି ଅଞ୍ଚଳକୁ ଗୁପ୍ତି, ଚାନ୍ଦବାଲି, ଖୋଳା, ଜୟନଗର, ଖରିନାସୀ, ବାହକୁଦ, ଜମ୍ବୁ ଅଞ୍ଚଳରୁ ବୋଟଗୁଡିକ ଆତଯାତ ହେଉଛି। ତେବେ ବହୁ ବୋଟ ଚାଳକ ଅନଭିଜ୍ଞ ଓ ନାବାଳକ ଥିବା ସେ ପ୍ରକାଶ କରିଛନ୍ତି। ଏହାସହ ଡଙ୍ଗାରେ ଅଧିକ ଲୋକ ଚଢୁଥିବା ଯୋଗୁ ଏହି ଦୁର୍ଘଟଣା ହେଉଥିବା ବେଳେ ଅର୍ଥଲୋଭରେ ଡଙ୍ଗାଚାଳକ ଯାତ୍ରୀ ପରିବହନ କରୁଛନ୍ତି। ମହାକାଳପଡାର ବିଭୂତି ରାଉତ କୁହନ୍ତି, ସେତୁ ନିର୍ମାଣ ହେଉ ନ ଥିବାରୁ ଡଙ୍ଗା ଅଥବା ବୋଟରେ ଲୋକେ ଯାତାୟାତ କରୁଛନ୍ତି। ବାହକୁଦ ଓ ଖରିନାସୀ ସେତୁ ଏବେ ଲୋକଙ୍କ ପାଇଁ ସ୍ବପ୍ନ ହୋଇଛି। ମହାନଦୀ, ବ୍ରାହ୍ମଣୀ, ବୈତରଣୀ ନଦୀ କୂଳରେ ବହୁ ପରିବାର ବସବାସ କରୁଛନ୍ତି। ପ୍ରତିଦିନ ଦେଶୀ ଡଙ୍ଗାରେ ଯାଆସ କରୁଥିଲେ ମଧ୍ୟ ସୁରକ୍ଷା ବ୍ୟବସ୍ଥା ଜିଲା ପ୍ରଶାସନ ପକ୍ଷରୁ ତଦାରଖ ହେଉ ନ ଥିବା ନେଇ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଡିଏଫ୍‌ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ କୁହନ୍ତି, ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବୋଟ ଚାଳକ ଓ ବୋଟର ବୀମା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଡିଏମ୍‌ ବସନ୍ତ କୁମାର ରାଉତ କହିଛନ୍ତି, ଦେଶୀ ଡଙ୍ଗା ଓ ବୋଟ ଚାଳକଙ୍କୁ ଏ ନେଇ ସଚେତନ କରାଯାଉଛି। ନିୟମ ବହିର୍ଭୂତ କୌଣସି ଡଙ୍ଗା ଅଥବା ବୋଟ ନଦୀରେ ଯାତାୟାତ କଲେ ଜିଲା ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri