ପାକିସ୍ତାନରେ ଡଙ୍ଗାବୁଡ଼ି ଘଟଣା: ମୃତ୍ୟୁସଂଖ୍ୟା ୫୨କୁ ବୃଦ୍ଧି

ଇସଲାମାବାଦ,୪ା୨: ଉତ୍ତର ପଶ୍ଚିମ ପାକିସ୍ତାନର ଏକ ହ୍ରଦରେ ଡଙ୍ଗା ବୁଡ଼ିଯିବା ପରେ ଉଦ୍ଧାର କର୍ମଚାରୀମାନେ ଅନ୍ୟ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଏହା ସହିତ ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୫୨କୁ ବୃଦ୍ଧି ପାଇଥିବା ପୋଲିସ ସୂଚନା ଦେଇଛି।

ଜାନୁୟାରୀ ୨୯ରେ ଖାଇବର ପଖତୁନଖଓ୍ବା ପ୍ରଦେଶ କୋହଟ ଜିଲା ଅନ୍ତର୍ଗତ ତଣ୍ଡା ହ୍ରଦରେ ବୁଡ଼ିଯାଇଥିବା ସମସ୍ତ ୫୨ ଜଣଙ୍କ ମୃତଦେହକୁ ପାକିସ୍ତାନୀ ସେନା ପକ୍ଷରୁ ଉଦ୍ଧାର କରାଯାଇଛି ବୋଲି ପୋଲିସ କହିଛି।

ଅଧିକାରୀଙ୍କ ଅନୁଯାୟୀ, ଜାନୁୟାରୀ ୩୦ରେ ୪ ଛାତ୍ରଙ୍କୁ ଉଦ୍ଧାର କରାଯାଇଥିଲା। ସେ କହିଛନ୍ତି, ମଦ୍ରାସା ଛାତ୍ର ଓ କର୍ମଚାରୀଙ୍କୁ ନେଇ ଡଙ୍ଗାରେ କେତେ ଲୋକ ଥିଲେ, ତାହା ସ୍ପଷ୍ଟ ହୋଇନାହିଁ। ଖାଇବର ପଖତୁନଖଓ୍ବା ପ୍ରଦେଶର କାର୍ଯ୍ୟନିର୍ବାହୀ ମୁଖ୍ୟ ଆଜାମ ଖାନ୍‌ ପୀଡ଼ିତ ପରିବାରକୁ ଜରୁରିକାଳୀନ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri