ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ୨ ନିଖୋଜ

କୋରାପୁଟ,୨୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ରବିବାର ଏକ ଦେଶୀ ଡଙ୍ଗା ବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଯାଇଥିଲେ। ସେମାନେ ହେଲେ ପ୍ରଶାନ୍ତ ଖରା, ଚିତ୍ତ ଖିଲ ଓ ମନୋଜ କୁର୍ତ୍ତାଲ। ଖବର ପାଇ କୋରାପୁଟ ଓଡ୍ରାଫର ହାବିଲଦାର ଗୋପାଳ ନାୟକଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚତ୍ ତଲାସି କରି ମନୋଜ କୁର୍ତ୍ତାଲଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ତାଙ୍କ ଘର ପାଡୁଆ ଉପରସାହିରେ ବୋଲି ଜଣାପଡିଛି।
ଖବରରୁ ଜଣାପଡିଛି ରବିବାର ଏକ ଦେଶୀ ଡଙ୍ଗାରେ ପ୍ରଶାନ୍ତ ଚିତ୍ତ,ମନୋଜ, ଅଭୟ ହନ୍ତାଳ ଓ ମନୋଜ ହନ୍ତାଳ ୫ ଜଣ ଯୁବକ ଜଲାପୁଟ ଜଳଭଣ୍ଡାରର ରାମତା ଗ୍ରାମକୁ ଯାଉଥିଲେ। ହଠାତ୍‌ ସେମାନେ ଯାଉଥିବା ଡଙ୍ଗାଟି ଭାରସାମ୍ୟ ହରାଇ ବୁଡିଯାଇଥିଲା। ଫଳରେ ପ୍ରଶାନ୍ତ, ଚିତ୍ତ ଓ ମନୋଜ ନିଖୋଜ ହୋଇଯାଇଥିଲେ। ଅଭୟ ହନ୍ତାଳ, ମନୋଜ ହନ୍ତାଳ ପହଁରି ପହଁରି କୂଳକୁ ଚାଲି ଆସିଥିଲେ ା ସେମାନେ ଘଟଣା ସମ୍ପର୍କରେ କାହାକୁ କିଛି ନ କହି ନୀରବ ରହିଥିଲେ। ପରେ ନିଖୋଜ ଯୁବକଙ୍କ ପରିବାର ଲୋକେ ଅଭୟ ଓ ମନୋଜଙ୍କୁ ପଚରାଉଚରା କରିବା ପରେ ସେମାନଙ୍କ ସହ ଯାଇଥିବା ୩ ଯୁବକ ନିଖୋଜ ଥିବା କହିଥିଲେ। ଘଟଣା ସମ୍ପର୍କରେ ଭୟରେ ସେମାନେ କାହାକୁ କିଛି କହି ନ ଥିବା ପ୍ରକାଶ କରିଥିଲେ। ପାଡୁଆ ଥାନାରେ ସୋମବାର ରାତିରେ ନିଖୋଜ ଯୁବକଙ୍କ ପରିବାର ଲୋକେ ଏତଲା ଦେବା ପରେ ମଙ୍ଗଳବାର ସକାଳୁ କୋରାପୁଟ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଲାସି ଆରମ୍ଭ କରିଥିଲା। ଖବର ଲେଖା ହେବା ପର୍ଯ୍ୟନ୍ତ ଅନ୍ୟ ୨ ଯୁବକଙ୍କ ମୃତଦେହ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?