ପାତାଳି ନଦୀରେ ଡଙ୍ଗା ବୁଡ଼ି ୨ ନାବାଳିକାଙ୍କ ସମେତ ୫ ନିଖୋଜ

କୋରାପୁଟ,୨୮।୧୨(ଅମିତାଭ ବେହେରା): କୋରାପୁଟ ଜିଲା ପାତାଳି ନଦୀରେ ଗୁରୁବାର ଅଘଟଣ ଘଟିଛି। ଏକ ଡଙ୍ଗା ବୁଡ଼ି ୫ଜଣ ନିଖୋଜ ହୋଇଯାଇଛନ୍ତି। ସେମାନେ ହେଲେ ନନ୍ଦପୁର ବ୍ଲକ କୁଲାରସିଂ ପଞ୍ଚାୟତ ତାନ୍‌ସିଂ ଗ୍ରାମର ୩ ମହିଳା ଏବଂ ଦୁଇ ନାବାଳିକା ବୋଲି ଜଣାପଡିଛି।

ଗୁରୁବାର ୫ ଜଣ ଏକ ଦେଶୀଡଙ୍ଗାରେ ବାଡେଲା ଗ୍ରାମକୁ ବାହାଘର ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ଉତ୍ସବ ପରେ ସେମାନେ ଗାଁକୁ ଫେରୁଥିବା ବେଳେ ଡଙ୍ଗାଟି ପାତାଳି ନଦୀରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ୫ଜଣଯାକ ନିଖୋଜ ହୋଇଯାଇଛନ୍ତି। ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ନିଖୋଜ ୩ ମହିଳା ହେଲେ ଲାଲମଣି ଶିଶା(୨୩), ଶଶିରେଖା ଆର୍ଲାବ(୨୪) ଓ ନବିନା ଆର୍ଲାବ(୨୫)। ଏମାନଙ୍କ ବ୍ୟତୀତ ପୁଷ୍ପାଞ୍ଜଳି ଆରଲାବ(୧୪) ଏବଂ ଶାନ୍ତି ସିଶା(୧୩) ଅନ୍ତର୍ଭୁକ୍ତ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri