ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ

ପାରେ ବୋଲି ଅନୁମାନ କରାଯାଉଛି। ସାଇପ୍ରସ୍‌ ପରିବହନ ମନ୍ତ୍ରୀ ଏର୍ହାନ ଆରିକ୍ଲିଙ୍କ ସୂଚନା ଅନୁଯାୟୀ, ବୋଟ୍‌ରେ ୨୫୯ ଜଣ ଯାତ୍ରୀ ଓ ୮ ଜଣ କ୍ରିଉ ସଦସ୍ୟ ଥିଲେ। ଘରୋଇ ମାଲିକାନାରେ ଥିବା ଉକ୍ତ ବୋଟ୍‌ଟି ଅପରାହ୍ନ ୧୨ଟା ୩୦ ମିନିଟ୍‌ ସମୟରେ ଉତ୍ତର ସାଇପ୍ରସ୍‌ର କାଇରେନିଆ ବନ୍ଦର ଛାଡ଼ିବା ପରେ କୌଣସି କାରଣରୁ ସେଥିରେ ପାଣି ପଶିବା ଆରମ୍ଭ ହୋଇଥିଲା। ବୋଟ୍‌ଟି ତୁର୍କୀର ମେର୍ସିନ ପ୍ରଦେଶରେ ଥିବା ଟାସୁକୁ ବନ୍ଦର ଅଭିମୁଖେ ଯାଉଥିଲା।

ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଉଦ୍ଧାର ହୋଇଥିବା କେତେଜଣଙ୍କୁ ହସ୍ପିଟାଲ ନିଆଯାଇଛି। ୧୫୯ ଯାତ୍ରୀଙ୍କୁ ଉଦ୍ଧାର କରାଗଲାଣି ବୋଲି କାଇରେନିଆ ମେୟର ମୁରତ ଏନକୁଲ୍‌ ଗଣମାଧ୍ୟମକୁ କହିଛନ୍ତି। ଓଲଟି ପଡ଼ିଥିବା ବୋଟ ଉପରେ ଲାଇଫ୍‌ ଜାକେଟ ପିନ୍ଧି କେତେକ ଲୋକ ଛିଡ଼ାହୋଇଥିବା ଦେଖାଯାଇଛି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ତଟସୁରକ୍ଷା କର୍ମଚାରୀ, ହେଲିକପ୍ଟର ଓ ବୋଟ୍‌ଗୁଡ଼ିକୁ ନିୟୋଜିତ କରାଯାଇଛି। ଉଦ୍ଧାର ଲୋକମାନଙ୍କୁ ହସ୍ପିଟାଲ ନେବା ପାଇଁ ଆମ୍ବୁଲାନ୍ସଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri