Posted inଜାତୀୟ

ଚମ୍ବଲ ନଦୀରେ ଓଲଟିଲା ଡଙ୍ଗା: ଚାହୁଁ ଚାହୁଁ ବୁଡ଼ିଗଲେ ଯାତ୍ରୀ

ଜୟପୁର, ୧୬।୯: ରାଜସ୍ଥାନରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ବୁନ୍ଦି ଅଞ୍ଚଳର ଚନ୍ଦା ଖୁର୍ଦଠାରେ ଥିବା ଚମ୍ବଲ ନଦୀରେ ଏକ ଡଙ୍ଗାରେ ଯାତ୍ରୀମାନେ ଏକୂଳରୁ ସେ କୂଳକୁ ଯାଉଥିବା ସମୟରେ ଅଧାବାଟରେ ଏହା ଓଲଟି ପଡ଼ିଥିଲା। ଲଗାତାର ବର୍ଷା ଯୋଗୁ ନଦୀରେ ଜଳସ୍ତର ବଢ଼ିଥିବାବେଳେ ଯାତ୍ରୀମାନେ ଚାହୁଁ ଚାହୁଁ ବୁଡ଼ି ଯାଇଥିଲେ ବୋଲି ଦେଖଣାହାରୀ କହିଛନ୍ତି। ନଈକୂଳରେ ଥିବା ଲୋକେ ପହଁରି ୨୦-୨୫ ଜଣ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଡଙ୍ଗାରେ କ୍ଷମତାଠାରୁ ଅଧିକ ଯାତ୍ରୀ ଥିବାରୁ ଏହା ନିୟନ୍ତ୍ରଣ ହରାଇ ମଝି ନଦୀରେ ବୁଡ଼ିଯାଇଥିବା ସ୍ଥାନୀୟ ପୋଲିସ କହିଛି। ଖବର ପାଇ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ୭ ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ପୋଲିସ କହିଛି। ଡ଼ଙ୍ଗାରେ ୪୦ରୁ ଅଧିକ ଜଣ ଯାତ୍ରୀ ଥିଲେ। ୧୦-୧୨ ଜଣ ଯାତ୍ରୀ ନିଖୋଜ ଥିବା କୁହାଯାଉଛି। ନିଖୋଜଙ୍କ ସନ୍ଧାନ ଜାରି ରହିଛି। ଯାତ୍ରୀମାନେ ଇନ୍ଦରଗଡ଼ ଅଞ୍ଚଳରେ ଥିବା କମଳେଶ୍ୱର ମହାଦେବ ମନ୍ଦିରକୁ ଯାଉଥିଲେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri