ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଆସନ୍ତା ୨୫ତାରିଖ ଯାଏ ଚିଲିକାରେ ଯାତ୍ରୀବାହୀ ଏବଂ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ପ୍ରଶାସନ ପକ୍ଷରୁ ଅସ୍ଥାୟୀ ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ତଟବର୍ତ୍ତୀ ଅଞ୍ଚଳ ଶାନ୍ତିନଗର, ସନ୍ନ୍ୟାସୀନଗର ଏବଂ ଗୋପବନ୍ଧୁ ନଗର ବାସିନ୍ଦାଙ୍କୁ ଆବଶ୍ୟକସ୍ଥଳେ ସ୍ଥାନାନ୍ତର ନିମନ୍ତେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଶ୍ରୟସ୍ଥଳଗୁଡ଼ିକରେ ଆଲୋକ, ପାନୀୟଜଳ, ଶୁଖିଲା ଏବଂ ରନ୍ଧାଖାଦ୍ୟର ବ୍ୟବସ୍ଥା ସହ ପ୍ରସୂତି ମହିଳା, ନବଜାତ ଶିଶୁ, ମା’ମାନଙ୍କୁ ନିକଟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯିବ ବୋଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ ସୂଚନା ଦେଇଛନ୍ତି।

ତେବେ ବାତ୍ୟା ଆଶଙ୍କାରେ ମତ୍ସ୍ୟଜୀବୀମାନେ ଡଙ୍ଗାଗୁଡିକୁ ସୁରକ୍ଷିତ ସ୍ଥାନରେ ରଖୁଥିବା ଦେଖିବାକୁ ମିଳିଛି। ସେହିପରି ବାଲୁଗଁାସ୍ଥିତ ମତ୍ସ୍ୟ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଖୋର୍ଦ୍ଧା ଜିଲା ଚିଲିକା ତଟବର୍ତ୍ତୀ ୪୨ଟି ଗ୍ରାମ ବାସିନ୍ଦାଙ୍କୁ ୨୧ରୁ ୨୫ ତାରିଖ ଯାଏ ଚିଲିକା ମଧ୍ୟକୁ ଡଙ୍ଗା ନ ନେବା ପାଇଁ ସତର୍କ କରାଯିବା ସହ ୧୦ଟି ଜେଟିଠାରେ ଡଙ୍ଗାଗୁଡିକୁ ସୁରକ୍ଷିତ ଭାବେ ବାନ୍ଧି ରଖିବାକୁ ପରାମର୍ଶ ଦିଆଯାଇଛି ବୋଲି ମତ୍ସ୍ୟ ନିର୍ଦ୍ଦେଶକ ମନୋରଞ୍ଜନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri