ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଆସନ୍ତା ୨୫ତାରିଖ ଯାଏ ଚିଲିକାରେ ଯାତ୍ରୀବାହୀ ଏବଂ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ପ୍ରଶାସନ ପକ୍ଷରୁ ଅସ୍ଥାୟୀ ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଥିବା ବେଳେ ତଟବର୍ତ୍ତୀ ଅଞ୍ଚଳ ଶାନ୍ତିନଗର, ସନ୍ନ୍ୟାସୀନଗର ଏବଂ ଗୋପବନ୍ଧୁ ନଗର ବାସିନ୍ଦାଙ୍କୁ ଆବଶ୍ୟକସ୍ଥଳେ ସ୍ଥାନାନ୍ତର ନିମନ୍ତେ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଶ୍ରୟସ୍ଥଳଗୁଡ଼ିକରେ ଆଲୋକ, ପାନୀୟଜଳ, ଶୁଖିଲା ଏବଂ ରନ୍ଧାଖାଦ୍ୟର ବ୍ୟବସ୍ଥା ସହ ପ୍ରସୂତି ମହିଳା, ନବଜାତ ଶିଶୁ, ମା’ମାନଙ୍କୁ ନିକଟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯିବ ବୋଲି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ ସୂଚନା ଦେଇଛନ୍ତି।

ତେବେ ବାତ୍ୟା ଆଶଙ୍କାରେ ମତ୍ସ୍ୟଜୀବୀମାନେ ଡଙ୍ଗାଗୁଡିକୁ ସୁରକ୍ଷିତ ସ୍ଥାନରେ ରଖୁଥିବା ଦେଖିବାକୁ ମିଳିଛି। ସେହିପରି ବାଲୁଗଁାସ୍ଥିତ ମତ୍ସ୍ୟ ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଖୋର୍ଦ୍ଧା ଜିଲା ଚିଲିକା ତଟବର୍ତ୍ତୀ ୪୨ଟି ଗ୍ରାମ ବାସିନ୍ଦାଙ୍କୁ ୨୧ରୁ ୨୫ ତାରିଖ ଯାଏ ଚିଲିକା ମଧ୍ୟକୁ ଡଙ୍ଗା ନ ନେବା ପାଇଁ ସତର୍କ କରାଯିବା ସହ ୧୦ଟି ଜେଟିଠାରେ ଡଙ୍ଗାଗୁଡିକୁ ସୁରକ୍ଷିତ ଭାବେ ବାନ୍ଧି ରଖିବାକୁ ପରାମର୍ଶ ଦିଆଯାଇଛି ବୋଲି ମତ୍ସ୍ୟ ନିର୍ଦ୍ଦେଶକ ମନୋରଞ୍ଜନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?