ଖୁବ୍‌ଶୀଘ୍ର ଦେବଝରଣରେ ବୋଟିଂ ସେବା

ସମ୍ବଲପୁର,୧୩ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଇକୋଟୁରିଜମ ଦେବଝରଣରେ ବୋଟିଂ ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ବୁଧବାର ଡ୍ୟାମ୍‌ରେ ବନ ବିଭାଗ ପକ୍ଷରୁ ପ୍ଲାଟଫର୍ମ ନିର୍ମାଣ କରାଯାଇଛି। ଏସିଏଫ୍‌ ମଦନଲାଲ ଶର୍ମା, ସଦର ରେଞ୍ଜର ଗୌରୀ ଦାସ ଉପସ୍ଥିତ ରହି କାମ ତଦାରଖ କରିଥିଲେ। ଏକ ସପ୍ତାହ ମଧ୍ୟରେ ବୋଟ୍‌ଗୁଡିକ ଆସିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଦେବଝରଣରେ ଜଳପ୍ରପାତ, ଡ୍ୟାମ, ପାର୍କ, ଝରଣା ଆଦି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି। ଚଳିତମାସରୁ ପର୍ଯ୍ୟଟକମାନେ ଡ୍ୟାମ୍‌ରେ ନୌକା ବିହାର କରିପାରିବା ନେଇ ଯୋଜନା ଆରମ୍ଭ ହୋଇଛି। ବୋଟ୍‌ ଚାଳନା ଲାଗି ସ୍ଥାନୀୟ ତାଲଝରଣ, ଗଇଲଗୁଡି ଗ୍ରାମର ଭିଏସ୍‌ଏସ୍‌ର ୬ ସଦସ୍ୟଙ୍କୁ ତାଲିମ ଦିଆଯାଇଛି। ଏମାନେ ପୁରୀ ସମୁଦ୍ରରେ ବୋଟ ଚଲାଇବା ସହ ପର୍ଯ୍ୟଟଙ୍କୁ ଦୁର୍ଘଟଣା ସମୟରେ କିଭଳି ଉଦ୍ଧାର କରାଯିବ ସେ ନେଇ ମକ୍‌ଡ୍ରିଲ କରି ଫେରିଛନ୍ତି। ୨ବର୍ଷ ତଳେ ଦେବଝରଣ ଇକୋଟୁରିଜମ୍‌ ଘୋଷଣା ପରେ ୱାଚ୍‌ ଟାୱାର, ପାଦ ଚଲା ପଥର ରାସ୍ତା, ସୁରକ୍ଷା ବାର୍ତ୍ତା ସୂଚନା, ପାଇଖାନା, ନଳକୂପ, ରୋଷେଇ ପିଣ୍ଡି ପ୍ରଭୃତି ଉନ୍ନୟନମୂଳକ କାମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri