ପର୍ଯ୍ୟଟକଙ୍କ ପାଇଁ ଜବାହର ଉଦ୍ୟାନରେ ହେବ ବୋଟିଂ

ସମ୍ବଲପୁର,୧୩ା୩(ବ୍ୟୁରୋ):ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନସ୍ଥଳୀର ବିକାଶ କରୁଛନ୍ତି। ସମ୍ବଲପୁର ଜିଲାରେ ମଧ୍ୟ ଅଧିକାଂଶ ପର୍ଯ୍ୟଟନ ସ୍ଥଳର ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉଛି। ଜିଲାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ ହୀରାକୁଦ ଜବାହର ଉଦ୍ୟାନରେ ଏବେ ବୋଟିଂ ସୁବିଧା ଯୋଡିହେବାକୁ ଯାଉଛି। ସମ୍ବଲପୁର ମହାନଗର ନିଗମ ପକ୍ଷରୁ ଏ ନେଇ କାମ ଆରମ୍ଭ ହୋଇଛି। ଉଦ୍ୟାନ ଭିତରେ ଥିବା ପୁରାତନ ପୋଖରୀ କାମର ପୁନଃ ଉଦ୍ଧାର କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ୬ ମାସ ଭିତରେ ଲୋକାର୍ପଣ କରାଯିବ ବୋଲି ଏସ୍‌ଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଏଠାକୁ ଆସି ପର୍ଯ୍ୟଟକମାନେ ହୀରାକୁଦ ବନ୍ଧର ପାରିପାର୍ଶ୍ୱିକ ଦୃଶ୍ୟ ଦେଖିବା ସହିତ ଜବାହର ଉଦ୍ୟାନ ବୁଲିବାକୁ ଯାଉଥିଲେ। ଜବାହର ଉଦ୍ୟାନ ପରିସରରେ ସୁନ୍ଦର ପାର୍କ, ଏସ୍‌ଏଚ୍‌ଜି ଦ୍ୱାରା ପରିଚାଳିତ କଫି ହାଉସ, ଗାନ୍ଧୀ ମିନାର ପର୍ଯ୍ୟନ୍ତ ରୋପ୍‌-ୱେ ରହିଛି। ବୋଟିଂ ସୁବିଧା ହେଲେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶା କରାଯାଉଛି। ତିନୋଟି ପର୍ଯ୍ୟାୟରେ ପୋଖରୀ ପୁନଃ ଉଦ୍ଧାର କାମ ହେଉଛି। ଏସ୍‌ଏମ୍‌ସି ପକ୍ଷରୁ ଏହା ପରିଚାଳିତ ହେବ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୦୮-୦୯ ମସିହାରେ ହୀରାକୁଦ ଜଳସେଚନ ବିଭାଗ ପକ୍ଷରୁ ଏହି ପୋଖରୀ ପୁନଃ ଉଦ୍ଧାର କରାଯାଇଥିଲା। ହେଲେ ବୋଟିଂ ବ୍ୟବସ୍ଥା ହୋଇପାରି ନ ଥିଲା। ଜଳସେଚନ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ ପରେ ଏସ୍‌ଏମ୍‌ସି ଏହାର ରକ୍ଷଣାବେକ୍ଷଣ ଓ ବିକାଶ କାମ ହାତକୁ ନେଇଛି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଉକ୍ତ ପୋଖରୀରେ କାମ ହୋଇଥିଲା। ଏବେ ଶେଷ ପର୍ଯ୍ୟାୟରେ କାମ ଚାଲିଛି ଓ ଶୀଘ୍ର ବୋଟିଂ ସେବା ଆରମ୍ଭ ହେବ ବୋଲି ଏସ୍‌ଏମ୍‌ସି ଲକ୍ଷ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri