ପର୍ଯ୍ୟଟକଙ୍କ ପାଇଁ ଜବାହର ଉଦ୍ୟାନରେ ହେବ ବୋଟିଂ

ସମ୍ବଲପୁର,୧୩ା୩(ବ୍ୟୁରୋ):ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନସ୍ଥଳୀର ବିକାଶ କରୁଛନ୍ତି। ସମ୍ବଲପୁର ଜିଲାରେ ମଧ୍ୟ ଅଧିକାଂଶ ପର୍ଯ୍ୟଟନ ସ୍ଥଳର ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉଛି। ଜିଲାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ ହୀରାକୁଦ ଜବାହର ଉଦ୍ୟାନରେ ଏବେ ବୋଟିଂ ସୁବିଧା ଯୋଡିହେବାକୁ ଯାଉଛି। ସମ୍ବଲପୁର ମହାନଗର ନିଗମ ପକ୍ଷରୁ ଏ ନେଇ କାମ ଆରମ୍ଭ ହୋଇଛି। ଉଦ୍ୟାନ ଭିତରେ ଥିବା ପୁରାତନ ପୋଖରୀ କାମର ପୁନଃ ଉଦ୍ଧାର କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ୬ ମାସ ଭିତରେ ଲୋକାର୍ପଣ କରାଯିବ ବୋଲି ଏସ୍‌ଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଏଠାକୁ ଆସି ପର୍ଯ୍ୟଟକମାନେ ହୀରାକୁଦ ବନ୍ଧର ପାରିପାର୍ଶ୍ୱିକ ଦୃଶ୍ୟ ଦେଖିବା ସହିତ ଜବାହର ଉଦ୍ୟାନ ବୁଲିବାକୁ ଯାଉଥିଲେ। ଜବାହର ଉଦ୍ୟାନ ପରିସରରେ ସୁନ୍ଦର ପାର୍କ, ଏସ୍‌ଏଚ୍‌ଜି ଦ୍ୱାରା ପରିଚାଳିତ କଫି ହାଉସ, ଗାନ୍ଧୀ ମିନାର ପର୍ଯ୍ୟନ୍ତ ରୋପ୍‌-ୱେ ରହିଛି। ବୋଟିଂ ସୁବିଧା ହେଲେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶା କରାଯାଉଛି। ତିନୋଟି ପର୍ଯ୍ୟାୟରେ ପୋଖରୀ ପୁନଃ ଉଦ୍ଧାର କାମ ହେଉଛି। ଏସ୍‌ଏମ୍‌ସି ପକ୍ଷରୁ ଏହା ପରିଚାଳିତ ହେବ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୦୮-୦୯ ମସିହାରେ ହୀରାକୁଦ ଜଳସେଚନ ବିଭାଗ ପକ୍ଷରୁ ଏହି ପୋଖରୀ ପୁନଃ ଉଦ୍ଧାର କରାଯାଇଥିଲା। ହେଲେ ବୋଟିଂ ବ୍ୟବସ୍ଥା ହୋଇପାରି ନ ଥିଲା। ଜଳସେଚନ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ ପରେ ଏସ୍‌ଏମ୍‌ସି ଏହାର ରକ୍ଷଣାବେକ୍ଷଣ ଓ ବିକାଶ କାମ ହାତକୁ ନେଇଛି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଉକ୍ତ ପୋଖରୀରେ କାମ ହୋଇଥିଲା। ଏବେ ଶେଷ ପର୍ଯ୍ୟାୟରେ କାମ ଚାଲିଛି ଓ ଶୀଘ୍ର ବୋଟିଂ ସେବା ଆରମ୍ଭ ହେବ ବୋଲି ଏସ୍‌ଏମ୍‌ସି ଲକ୍ଷ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri