ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ ଚିଲିକାରେ ଡଙ୍ଗା ଚଳଚଳକୁ ବାରଣ କରାଯାଇଛି । କୁହୁଡ଼ି ନକମିବା ଯାଏଁ ଡଙ୍ଗା ଚଳାଚଳ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଜିଲାପାଳ । ପର୍ଯ୍ୟଟକଙ୍କ ବୋଟ୍, ଛୋଟ ମଟର, ମାଲ ବାହି ଡଙ୍ଗା ଓ ଭସାପୋଲ ସବୁକିଛିରେ କଟକଣା ଲଗାଯାଇଛି । ଗତକାଲି ଘନ କୁହୁଡ଼ି ଯୋଗୁଁ ଚିଲିକାରେ ଫସିଥିଲା ଭସାପୋଲ ।

ଘନ କୁହୁଡି ସମୟରେ କୌଣସି ବି ପରିବହନ ଯେପରି ନହୁଏ ସେନେଇ ପ୍ରଶାସନ ଏବଂ ସ୍ଥାନୀୟ ପୋଲିସ ନଜର ରଖିବେ ବୋଲି କୁହାଯାଇଛି । ଏନେଇ ସ୍ଥାନୀୟ ଲୋକଙ୍କୁ ଡାକ ବାଜି ଯନ୍ତ୍ର ଦ୍ବାରା ସଚେତନ କରାଇବେ ସ୍ଥାନୀୟ ବିଡିଓ । ନିର୍ଦ୍ଦେଶ ଅମାନ୍ୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସତର୍କ କରାଇଛନ୍ତି ଜିଲ୍ଲାପାଳ ।

କହିରଖୁଛୁକି, ବର୍ତ୍ତମାନ ରାଜ୍ୟରେ ଘନ କୁହୁଡ଼ି ଲାଗି ରହିଛି । ଫଳରେ ୫୦ ମିଟର ଦୂରକୁ ଦେଖିବା ମଧ୍ୟ ଅସମ୍ଭବ ହୋଇପଡୁଛି । ଗୁରୁବାର ଦିନ ସାତପଡା ଠାରୁ ଜହ୍ନିକୁଦା ଭସାପୋଲରେ ଯାତ୍ରା କରୁଥିବାବେଳେ ପାଣି ଭିତରକୁ ଖସି ପଡ଼ି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଜଳ ଯାତ୍ରା ପାଇଁ ସରକାର ସେଫଟି ଜ୍ୟାକେଟ ବାଧ୍ୟତାମୂଳକ କରିଥିବାବେଳେ ଭସାପୋଲରେ ଥିବା ଯାତ୍ରୀ ପିନ୍ଧିନଥିଲେ । ମୃତ ବ୍ୟକ୍ତିଙ୍କ ନାମ ଉମା ଶଙ୍କର ସାବତ(୬୦) ବୋଲି ଜଣାଯାଇଛି। ତାଙ୍କ ଘର ମାଲକାନଗିରି ବାଲିମେଳା ବୋଲି ଏକ ସୂଚନା ମିଳିଛି। ଏହି ଘଟଣା ପରେ ଆଜି ପୁରୀ ଜିଲାପାଳଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ତେବେ ଆଜି ପରୀକ୍ଷା ଥିବାବେଳେ ଶିକ୍ଷାର୍ଥୀଙ୍କ ପରୀକ୍ଷାରେ ବ୍ୟାଘାତ, ଶିକ୍ଷକମାନେ ଚିଲିକା କୂଳର ସାତପଡା ଏବଂ ଜହ୍ନିକୁଦା ରେ ନିଜ କାର୍ଯ୍ୟ କ୍ଷେତ୍ରକୁ ଯିବାପାଇଁ ବ୍ୟାକୁଳ ହେଉଥିବା ଦେଖିବାକୁ ମିଳିଛି । ଜିଲା ମୁଖ୍ୟ କାର୍ଯ୍ୟାଳୟକୁ ବିଭିନ୍ନ କାର୍ଯ୍ୟ ନେଇ ଘରୁ ଆସି ବହୁ ଯାତ୍ରୀ ଅଟକିଛନ୍ତି । କୃଷ୍ଣପ୍ରସାଦରୁ ପୁରୀ ମୁଖ୍ୟ ରାସ୍ତାର ପ୍ରତିବନ୍ଧକ ଜହ୍ନିକୁଦା – ସାତପଡ଼ା ଚିଲିକାରେ ଏକ ସ୍ଥାୟୀ ରାସ୍ତା ନିର୍ମାଣ କରାଯାଉ ବୋଲି ଦାବି ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri