Odisha Elections 2024

ବିଓବିର ପୁରସ୍କାର ବିତରଣ ସମାରୋହ

ଭୁବନେଶ୍ୱର,୧୯।୧୦: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ହିନ୍ଦୀ ଦିବସର ପୁରସ୍କାର ବିତରଣ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଓବି କଟକ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ୨୦୨୩ ସେପ୍ଟେମ୍ବର ୧ରୁ ୩୦ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ ରାଜଭାଷା ପ୍ରତିଯୋଗିତାର ବିଜୟୀ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଓବି କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ରର ବିକାଶରେ ରାଜଭାଷା ହିନ୍ଦୀର ଯୋଗଦାନ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ହିନ୍ଦୀ ମାସ ଅବସରରେ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଓ ଶାଖାଗୁଡ଼ିକର ସମସ୍ତ କର୍ମଚାରୀଙ୍କ ପାଇଁ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜନ କରାଯାଇଥିଲାବେଳେ ରାଜଭାଷା କ୍ଷେତ୍ରରେ ଶ୍ରେଷ୍ଠ କାର୍ଯ୍ୟ ସମ୍ପାଦନ କରିଥିବା ବିଭାଗ ଏବଂ ଶାଖାଗୁଡ଼ିକୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ଉକ୍ତ ସମାରୋହରେ କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର ଓ ଉପ-କ୍ଷେତ୍ରୀୟ ମୁଖ୍ୟ ସଂଗ୍ରାମ ଜି.ପି.ବେହେରାଙ୍କ ସମେତ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଓ ଶାଖା କାର୍ଯ୍ୟାଳୟର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌...

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ...

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri