ବିଓବି ସମ୍ବଲପୁର କ୍ଷେତ୍ର ପକ୍ଷରୁ ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୨୧।୧: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏପରିକି ବିଓବି ସମ୍ବଲପୁର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ସୁରେନ୍ଦ୍ର ଗୋଣ୍ଡ୍‌ଙ୍କ ଅଧ୍ୟକ୍ଷତାରେ ସହରବାସୀଙ୍କୁ ସ୍ବଚ୍ଛତାର ଅଭ୍ୟାସ ଓ ଏକକ ବ୍ୟବହାର ପ୍ଲାଷ୍ଟିକର ଉପଯୋଗ ସମ୍ବନ୍ଧରେ ସୂଚନା ପ୍ରଦାନ କରିବା ନିମନ୍ତେ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଦ୍ୱାରା ଆଖପାଖର ସ୍ଥାନୀୟ ବିକ୍ରେତାମାନଙ୍କୁ ମଧ୍ୟ ସ୍ବଚ୍ଛତାର ଅଭ୍ୟାସକୁ ବଢ଼ାଇବା ନିମନ୍ତେ ଡଷ୍ଟବିନ୍‌ ପ୍ରଦାନ କରାଯାଇଥିଲା। ସେହିଭଳି ସ୍ଥାନୀୟ ବିଓବି ଶାଖାଗୁଡ଼ିକ ଦ୍ୱାରା ବ୍ୟାଙ୍କ ପରିସରକୁ ଆସୁଥିବା ଗ୍ରାହକମାନଙ୍କୁ କନା ବ୍ୟାଗ୍‌, ହ୍ୟାଣ୍ଡ ସାନିଟାଇଜର, ମାସ୍କ ଆଦି ମଧ୍ୟ ପ୍ରଦାନ କରାଯାଇଥିଲା। ବିଶେଷକରି ଆଗାମୀ ଦିନରେ ପଖୱାଡାର ଶେଷ କାର୍ଯ୍ୟକ୍ରମରେ ଶାନ୍ତି ନଗର ସରକାରୀ ପ୍ରାଇମେରି ସ୍କୁଲର ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସ୍ବଚ୍ଛତାର ଅଭ୍ୟାସକୁ ବଜାୟ ରଖିବା ପାଇଁ କନା ବ୍ୟାଗ୍‌, ହ୍ୟାଣ୍ଡ ସାନିଟାଇଜର ଏବଂ ମାସ୍କ ଆଦି ପ୍ରଦାନ କରାଯିବ ବୋଲି କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ ,ସ୍ବଚ୍ଛତା ପକ୍ଷ ଅବସରରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ସଂସ୍ଥାନ ପକ୍ଷରୁ ଚଳିତ ବର୍ଷ ଜାନୁୟାରୀ ୩୧ ପର୍ଯ୍ୟନ୍ତ ଏହି ପକ୍ଷ ପାଳନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri