ବିଓବି ସମ୍ବଲପୁର କ୍ଷେତ୍ର ପକ୍ଷରୁ ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୨୧।୧: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏପରିକି ବିଓବି ସମ୍ବଲପୁର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ସୁରେନ୍ଦ୍ର ଗୋଣ୍ଡ୍‌ଙ୍କ ଅଧ୍ୟକ୍ଷତାରେ ସହରବାସୀଙ୍କୁ ସ୍ବଚ୍ଛତାର ଅଭ୍ୟାସ ଓ ଏକକ ବ୍ୟବହାର ପ୍ଲାଷ୍ଟିକର ଉପଯୋଗ ସମ୍ବନ୍ଧରେ ସୂଚନା ପ୍ରଦାନ କରିବା ନିମନ୍ତେ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଦ୍ୱାରା ଆଖପାଖର ସ୍ଥାନୀୟ ବିକ୍ରେତାମାନଙ୍କୁ ମଧ୍ୟ ସ୍ବଚ୍ଛତାର ଅଭ୍ୟାସକୁ ବଢ଼ାଇବା ନିମନ୍ତେ ଡଷ୍ଟବିନ୍‌ ପ୍ରଦାନ କରାଯାଇଥିଲା। ସେହିଭଳି ସ୍ଥାନୀୟ ବିଓବି ଶାଖାଗୁଡ଼ିକ ଦ୍ୱାରା ବ୍ୟାଙ୍କ ପରିସରକୁ ଆସୁଥିବା ଗ୍ରାହକମାନଙ୍କୁ କନା ବ୍ୟାଗ୍‌, ହ୍ୟାଣ୍ଡ ସାନିଟାଇଜର, ମାସ୍କ ଆଦି ମଧ୍ୟ ପ୍ରଦାନ କରାଯାଇଥିଲା। ବିଶେଷକରି ଆଗାମୀ ଦିନରେ ପଖୱାଡାର ଶେଷ କାର୍ଯ୍ୟକ୍ରମରେ ଶାନ୍ତି ନଗର ସରକାରୀ ପ୍ରାଇମେରି ସ୍କୁଲର ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସ୍ବଚ୍ଛତାର ଅଭ୍ୟାସକୁ ବଜାୟ ରଖିବା ପାଇଁ କନା ବ୍ୟାଗ୍‌, ହ୍ୟାଣ୍ଡ ସାନିଟାଇଜର ଏବଂ ମାସ୍କ ଆଦି ପ୍ରଦାନ କରାଯିବ ବୋଲି କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ ,ସ୍ବଚ୍ଛତା ପକ୍ଷ ଅବସରରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ବିଭିନ୍ନ ସଂସ୍ଥାନ ପକ୍ଷରୁ ଚଳିତ ବର୍ଷ ଜାନୁୟାରୀ ୩୧ ପର୍ଯ୍ୟନ୍ତ ଏହି ପକ୍ଷ ପାଳନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri