ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ ଘରେ କୁଆଡ଼େ ପୁରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର ଖଣ୍ଡୋଲାଇଟ୍‌ ପଥର ବ୍ୟବହାର ହୋଇଥିବା ନେଇ ସାମାଜିକ ଗଣମାଧ୍ୟମରେ ପ୍ରଚାର ହେଉଛି। ଏନେଇ ବବିଙ୍କ ବିରୋଧରେ ଗତ ୮ ତାରିଖରେ ପୁରୀ ସିଂହଦ୍ୱାର ଥାନାରେ ଶ୍ରୀଜଗନ୍ନାଥ ସେନାର ଆବାହକ ତଥା ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଏହି ଅଭିଯୋଗକୁ ବବିଙ୍କ ଦାଦା ତଥା ଯାଜପୁରର ପୂର୍ବତନ ପୌରାଧ୍ୟକ୍ଷ ଯଯାତି କେଶରୀ ଦାସ ଶନିବାର ଖବରଦାତା ସମ୍ମିଳନୀ କରି ଖଣ୍ଡନ କରିଛନ୍ତି। ପୁରୀ ଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପ ପଥରରେ ବାହାବଳପୁରସ୍ଥିତ ଘର ନିର୍ମାଣ ହୋଇନାହିଁ। ବରଂ ବ୍ୟବହାର ହୋଇଥିବା ପଥର ରାଜସ୍ଥାନ ଯୋଧପୁରର ପ୍ରତିଷ୍ଠିତ ବିଶ୍ୱକର୍ମା ପଥର କମ୍ପାନୀରୁ ଅଣାଯାଇଛି ବୋଲି ଯଯାତି କହିଛନ୍ତି। ଏନେଇ ସେ ୱେବିଲ୍‌ ଏବଂ ଖରିଦ୍‌ ବିଲ୍‌ ମଧ୍ୟ ଦେଖାଇଥିଲେ। କେବଳ ରାଜନୈତିକ ଉଦ୍ଦେଶ୍ୟ ରଖି କେତେଜଣ ବ୍ୟକ୍ତି ବବିଙ୍କୁ ବଦନାମ କରିବାକୁ ଚାହୁଁଛନ୍ତି। ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯଯାତି ଚେତାବନୀ ଦେଇଥିଲେ।
ସେହିପରି ଶନିବାର ସନ୍ଧ୍ୟାରେ ଯାଜପୁର ସିଭିଲ ସୋସାଇଟି ପକ୍ଷରୁ ଯାଜପୁର ଥାନାରେ ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନାମରେ ପାଲଟା ଏତଲା ଦିଆଯାଇଛି। ଏହି ଏତଲାରେ ପଟ୍ଟନାୟକ ଜଗନ୍ନାଥ ନାମକୁ ବ୍ୟବହାର କରି ଯାଜପୁରବାସୀଙ୍କ ଧର୍ମୀୟ ଭାବନାକୁ ଆଘାତ କରିଥିବା ଉଲ୍ଲେଖ କରାଯାଇଛି। ତାଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସିଭିଲ ସୋସାଇଟି ପକ୍ଷରୁ ଆବାହକ ବରିଷ୍ଠ ଆଇନଜୀବୀ ପ୍ରବୀର କୁମାର ରାୟ ଏତଲାରେ ଦାବି କରିଛନ୍ତି। ଏହି ଅଭିଯୋଗ ପତ୍ର ପ୍ରଦାନ ସମୟରେ ସିଭିଲ୍‌ ସୋସାଇଟିର ଶତାଧିକ ସଦସ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri