ଅଧିକ ଭୋଟ୍‌ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…

ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି। ଏହି ଅବସରରେ ବରୀ ବ୍ଲକ୍‌ ବିଜେଡି ସଭାପତି କେଦାର ସାମଲଙ୍କ ସଭାପତିତ୍ୱରେ ବରୀ ମାଉଣ୍ଡଠାରେ ଏକ ସଭା ଅନୁଷ୍ଠିତ ହୋଇଛି। ଏଥିରେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଯୋଗଦେଇ ବରୀବାସୀଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ବରୀ ହେଉଛି ଏକ ସଂଗ୍ରାମୀ ମାଟି। ଏହି ଅଞ୍ଚଳର ସଂଗ୍ରାମୀ ଯୁବବନ୍ଧୁ, ବୁଦ୍ଧିଜୀବୀ, ଶିକ୍ଷାବିତ ଓ ମା’ଭଉଣୀମାନେ ୨୦୨୪ ନିର୍ବାଚନରେ ଯୁବନେତା ବିଶ୍ୱରଞ୍ଜନଙ୍କୁ ଓଡ଼ିଶାର ସର୍ବାଧିକ ଭୋଟ ବ୍ୟବଧାନରେ ବିଜୟ କରାଇଥିବାରୁ ସେ ଭୋଟରମାନଙ୍କୁ ମଥାନତ ପ୍ରଣାମ ଜଣାଇଛନ୍ତି।

ଆଗାମୀ ଦିନରେ ବିଧାୟକଙ୍କ ନେତୃତ୍ୱରେ ଉନ୍ନୟନମୂଳକ କାର୍ଯ୍ୟ କ୍ଷେତ୍ରରେ ସମସ୍ତେ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି। କାର୍ଯ୍ୟକ୍ରମରେ ଯାଜପୁର ଜିଲା ବିଜେଡି ପର୍ଯ୍ୟବେକ୍ଷକ ସଞ୍ଜୟ ଦାସବର୍ମା ଯୋଗଦେଇ ବିଜେଡି ସରକାରକୁ ନ ଆସିବା ପର୍ଯ୍ୟନ୍ତ ଦୃଢ଼ ମନୋବଳ ନେଇ ସଂଗଠନକୁ ସୁଦୃଢ଼ କରିବା କ୍ଷେତ୍ରରେ କର୍ମୀମାନେ ଉଦ୍ୟମ ଜାରି ରଖିିବାକୁ କହିଛନ୍ତି। ଏଥିସହିତ ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଗତ ଦିନ ଭଳି ବିଜୟ ବାନା ଉଡ଼ାଇବାକୁ ମତପ୍ରକାଶ କରିଛନ୍ତି।

ଏହି ପଦଯାତ୍ରା ସମାବେଶରେ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ଯାଜପୁର ବିଧାୟିକା ସୁଜାତା ସାହୁ, ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ, ଯାଜପୁର ପୂର୍ବତନ ଏମ୍‌ପି ଶର୍ମିଷ୍ଠା ସେଠୀ, ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡ଼ି, ଜିଲା ପରିଷଦ ସଭ୍ୟ ଦିଲୀପ ମହାନ୍ତି, ଅଶୋକ ସାମଲ, ସନ୍ତୋଷ ସାମଲ, ଯୁବ ବିଜେଡି ସଭାପତି ରଞ୍ଜନ ପଣ୍ଡା ଓ ଛାତ୍ର ବିଜେଡି ସଭାପତି ସଦିତ୍ସା ସାମଲଙ୍କ ସମେତ ନିର୍ବାଚନମଣ୍ଡଳୀର ବିଜେଡି ସମର୍ଥିତ ସମସ୍ତ ସରପଞ୍ଚ ଏବଂ ସମିତିସଭ୍ୟ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri