ଶଙ୍ଖଭବନ ବେଆଇନକୁ ନେଇ ବଡ଼ ବୟାନ ଦେଲେ ବବି, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ। ଅଭିଯୋଗ ଅନୁଯାୟୀ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ଶଙ୍ଖ ଭବନ ନିର୍ମାଣ ହୋଇଛି। ଏହା ବେଆଇନ ଭାବେ ନିର୍ମାଣ ହୋଇଛି।

ତେବେ ଏହାକୁ ନେଇ କାଉଣ୍ଟର କରିଛନ୍ତି ବବି ଦାସ। ସେ କହିଛନ୍ତି, ଶଙ୍ଖ ଭବନ ଜମି ଲିଜ୍‌ ପ୍ରସଙ୍ଗ ହେଉ ଅବା ନିର୍ମାଣ କାର୍ଯ୍ୟ ଏଥିରେ କୈାଣସି ଅସଙ୍ଗତି ନାହିଁ । ରାଜସ୍ବ ମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଆବଣ୍ଟିତ ହୋଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ଭାଜପା ଦଳୀୟ କାର୍ଯ୍ୟାଳୟ ପାଇଁ ଜମି ପ୍ରଦାନ କରାଯାଇଥିଲା । ଜମି ଆବଣ୍ଟନ ପାଇଁ ବିଧି ଅନୁଯାୟୀ ବିଜେଡି ଆବେଦନ କରିଥିଲା ଏବଂ ସରକାରୀ ସ୍ତରରେ ଯାହା ନିର୍ଦ୍ଦେଶ ଦିଆଯାଇଥିଲା, ତାକୁ ଅନୁପାଳନ ମଧ୍ୟ କରିଥିଲା । ଏଥିରେ କୈାଣସି ପ୍ରକାରର ତ୍ରୁଟି ବିଚ୍ୟୁତି ନାହିଁ ।

ନୂଆ ମନ୍ତ୍ରୀ ହୋଇଥିବା ଶ୍ରୀ ପୂଜାରୀ ସମସ୍ତ ତଥ୍ୟ ସଂକ୍ରାନ୍ତରେ ଅବଗତ ନ’ହୋଇ ଗଣମାଧ୍ୟମ ସାମ୍ନାକୁ ଆସି ମନଇଛା ବକ୍ତବ୍ୟ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାରୀ ନିଷ୍ପତ୍ତି ଅନୁଯାୟୀ ଅତ୍ୟନ୍ତ ସ୍ବଛତାର ସହ ବିଜେଡି ସମସ୍ତ କାର୍ଯ୍ୟ କରିଛି ବୋଲି ବବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri