ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବନି, ଘଟଣାକୁ ନିନ୍ଦା କରୁଛି। ତେବେ ମୁଁ ଘଟଣାସ୍ଥଳରେ ନଥିଲି, ବିରଜା ପ୍ରକଳ୍ପକୁ ନେଇ ରାସ୍ତାରୋକ ହୋଇଥିଲା। ବିଧାୟକ ସେପଟେ ଯାଉଥିଲେ, ବଚସା ହୋଇଥିବା ମୁଁ ଶୁଣିବାକୁ ପାଇଲି।’

ବିଧାୟକଙ୍କୁ ବବିଙ୍କ ଭାଇ ଆକ୍ରମଣ କରିଥିବା ପ୍ରଶ୍ନରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଭାଇକୁ କହିଛି ଥାନାରେ ଯାଇ ବସିବାକୁ, ଦୋଷୀ ଥିଲେ କାର୍ଯ୍ୟାନୁଷ୍ଠାନ ହେଉ।’

ଘଟଣା ଅନୁଯାୟୀ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।

ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲି। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା, ଏତିକି ବେଳେ କିଛି ଲୋକ ମୋ ଆଡ଼କୁ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ୍‌, ଠେଙ୍ଗା ଥିଲା।

ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ୍‌ ଛିଡ଼ାଇ ନେଇଛନ୍ତି। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ୍‌ କହି ନାରା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri