ବବିଙ୍କ ଆହ୍ବାନ କହିଲେ…

ରସୁଲପୁର,୩୦।୯(ରଞ୍ଜିତ ରାଉତ): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀର ରସୁଲପୁର ବ୍ଲକ ଶାଖା ବିଜେଡି ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ରବିବାର ସନ୍ଧ୍ୟାରେ କୁଆଖିଆସ୍ଥିତ ଏସ୍‌କେ ଲଜିଂ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡିର ପୂର୍ବତନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଯୋଗଦେଇ ଦଳର ସଂଗଠନକୁ ମଜଭୁତ କରିବାକୁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, କର୍ମୀମାନେ ନେତା ତିଆରି କରନ୍ତି, ମାତ୍ର ନେତାଙ୍କ ପାଖରେ କର୍ମୀ ସ୍ଥାୟୀ ହୋଇ ନ ଥାଆନ୍ତି। ସଂଗଠକ ଓ ସକ୍ରିୟ କର୍ମୀ ଦଳର ଶକ୍ତି, ସେମାନେ ଦଳକୁ ଯେମିତି ପରିଚାଳନା କରିବେ ସେହି ଆଧାରରେ ଦଳ ଚାଲିବ। ଦଳରେ ଗୋଷ୍ଠୀ କନ୍ଦଳକୁ ପ୍ରସୟ ଦିଆଯିବନାହିଁ। ସମସ୍ତେ ଏକାଠି ହୋଇ ଦଳ ସଭାପତି ନବୀନ ପଟ୍ଟାନୟକଙ୍କ ନୀତି ଆଦର୍ଶକୁ ପ୍ରତିଷ୍ଠିତ କରିବା ପାଇଁ କାମ କରିବାକୁ ସେ ଉପସ୍ଥିତ ପଞ୍ଚାୟତସ୍ତରୀୟ ଜନପ୍ରତିନିଧି ଓ ନେତୃମଣ୍ଡଳୀଙ୍କୁ ପରାମର୍ଶ ଦେଇଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଯାଜପୁର ପୌରାଧ୍ୟକ୍ଷ ଭବପ୍ରକାଶ ଦାସ, ଯୁବନେତା ପ୍ରତାପ ମହାନ୍ତି, ତାରକେଶ୍ୱର ମହାନ୍ତି, ମନୋଜ ରାଉତ ଓ ଚନ୍ଦ୍ରଶେଖର ସାମଲ ପ୍ରମୁଖ ଯୋଗଦେଇଥିଲେ। ରସୁଲପୁର ବ୍ଲକରୁ କୋରେଇ ନିର୍ବାଚନମଣ୍ଡଳୀରେ ସାମିଲ ହୋଇଥିବା ନରସିଂହପୁର, ମୁଗୁପାଳ, ବାହାଦଲାପୁର, ଭୋଟକା, ଗନ୍ଧଣ, ବଡ଼କଇଞ୍ଚି, ଟିକରପଡ଼ା, ପହଁଗା, ଲକ୍ଷ୍ମୀନଗର ଆଦି ପଞ୍ଚାୟତର ଜନପ୍ରତିନିଧି, ଛାମୁଆ ସଂଗଠକ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ବିଭିନ୍ନସ୍ଥାନରେ ପଦଯାତ୍ରା ଅନୁଷ୍ଠିତ ହେବ। ଏଥିରେ ନେତା ଓ କର୍ମୀ ଗାଁ ବୁଲି ରାଜ୍ୟରେ ଚାଲିଥିବା ଭାଜପା ସରକାରଙ୍କ ବିଫଳତା ଓ ପୂର୍ବର ନବୀନ ସରକାରଙ୍କ ଶାସନ କାଳରେ କାର୍ଯ୍ୟକାରୀ କରାଯାଇଥିବା ଲୋକାଭିମୁଖି କାର୍ଯ୍ୟକ୍ରମ ସମ୍ପର୍କରେ ଲୋକକୁ ବୁଝାଇବେ। ଏହାଛଡ଼ା ପଞ୍ଚାୟତର ସଂଗଠନକୁ ମଜଭୁତ କରି ଆସନ୍ତା ପଞ୍ଚାୟତ ନିର୍ବାଚନରେ ଦଳ କିପରି ତା’ର ପ୍ରଭାବକୁ ବଜାଇ ରଖିପାରିବ ସେ ଦିଗରେ ପ୍ରୟାସ କରାଯିବ। ଏଥିପାଇଁ ସମସ୍ତେ ମତାନ୍ତର ମନାନ୍ତରକୁ ଭୁଲି ଏକ ହୋଇ କାର୍ଯ୍ୟ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?