ଭାସିଗଲା ବୋଡ଼ାନଦୀ କଲଭର୍ଟ

ଭଞ୍ଜନଗର,୧୩।୯(ଡି.ଏନ.ଏ): ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ୩ ଦିନ ହେଲା ବର୍ଷା ହେଉଛି। ସୋମବାର ଦିନତମାମ ଲଗାଣ ବର୍ଷା ହୋଇଛି। ଫଳରେ ବୋଡ଼ାନଦୀ ବନ୍ୟାଜଳରେ ବେଲଗୁଣ୍ଠା ନିକଟ ଚଢ଼େୟାପଲ୍ଲୀଠାରେ ହୋଇଥିବା ଅସ୍ଥାୟୀ କଲଭର୍ଟ ଭାସିଯାଇଛି। ଏଥିଯୋଗୁ ବେଲଗୁଣ୍ଠା-ବୁଗୁଡ଼ା, ବେଲଗୁଣ୍ଠା-ଆସିକା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବୁଗୁଡ଼ା, ବାଲିପଦର ଏବଂ ଆମ୍ବପୁଆ ଯିବାକୁ ଚାହୁଁଥିବା ଲୋକଙ୍କୁ ବର୍ତ୍ତମାନ ଜଗନ୍ନାଥପ୍ରସାଦ ରୋଡ୍‌ ଦେଇ ଅଧିକ ୧୨ କି.ମି. ଯିବାକୁ ପଡ଼ୁଛି। ନୟାଗଡ଼ ଏବଂ କନ୍ଧମାଳ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିବାରୁ ଉକ୍ତ ଅଞ୍ଚଳରୁ ଆସୁଥିବା ବନ୍ୟାଜଳ ବଡ଼ନଦୀ ଓ ବୋଡ଼ାନଦୀ ଦେଇ ପ୍ରବାହିତ ହେଉଛି। ତେଣୁ ଏହି ୨ଟି ନଦୀର ଜଳସ୍ତର ବୃଦ୍ଧି ପାଇଛି। ବଡ଼ନଦୀ ଜଳସ୍ତର ବୃଦ୍ଧି ପାଇଥିବାରୁ ବନ୍ୟା ଆଶଙ୍କାରେ ସନ୍ଧ୍ୟାରେ ବେଲଗୁଣ୍ଠା ବ୍ଲକ ଇଙ୍ଗିନାଠିର ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ବିଡିଓ ଶଶୀଭୂଷଣ ରଥଙ୍କ ତତ୍ତ୍ୱାବଧାନରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri