Posted inଜାତୀୟ

ପରିବାରବର୍ଗଙ୍କୁ ଫେରାଯିବ ଦୁଇ ବ୍ୟବସାୟୀଙ୍କ ଶବ

ଶ୍ରୀନଗର,୧୮।୧୧: ଜମ୍ମୁ-କଶ୍ମୀରର ହାଇଦରପୋରା କମ୍ପ୍ଲେକ୍ସରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀଙ୍କ ସହ ୨ ବ୍ୟବସାୟୀ ପ୍ରାଣ ହରାଇଥିଲେ। ଶ୍ରୀନଗର ପୋଲିସ ଉଭୟ ବ୍ୟବସାୟୀ (ମହମ୍ମଦ ଅଲତାଫ ଭଟ ଓ ଡ. ମୁଦାସିର ଗୁଲ)ଙ୍କୁ ଆତଙ୍କବାଦୀଙ୍କ ସହୟକ ବୋଲି କହିବା ସହ ସେମାନଙ୍କ ମୃତଦେହ ଫେରାଇବାକୁ ମନା କରି ଦେଇଥିଲା। କିନ୍ତୁ ପରିବାରବର୍ଗଙ୍କ ସହ ସ୍ଥାନୀୟ ଲୋକେ ପ୍ରବଳ ବିରୋଧ ପ୍ରଦର୍ଶନ ପରେ ଗୁରୁବାର ସନ୍ଧ୍ୟାରେ ଦୁଇ ବ୍ୟବସାୟୀଙ୍କ ମୃତଦେହ ଫେରାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି। ମିଳିଥିବା ସୂଚନା ମୁତାବକ, କବରରୁ ଦୁହିଁଙ୍କ ମୃତଦେହ ବାହାର କରାଯାଇଛି। ପରବର୍ତ୍ତୀ ସମୟରେ ପରିବାରବର୍ଗକୁ ଶବ ହସ୍ତାନ୍ତର କରାଯିବ।

ପୂର୍ବରୁ ଉକ୍ତ ଏନ୍‌କାଉଣ୍ଟରର ମାଜିଷ୍ଟ୍ରେଟ୍‌ ସ୍ତରୀୟ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟପାଳ ମନୋଜ ସିହ୍ନା। ଶ୍ରୀନଗରର ଡେପୁଟି କମିଶନର ମହମ୍ମଦ ଏଜାଜ ଅସାଦଙ୍କୁ ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍‌ ଭାବେ ଏବଂ ଖୁର୍ଶିଦ ଅହମ୍ମଦ ଶାହାଙ୍କୁ ତଦନ୍ତ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri