ଡଙ୍ଗା ବୁଡ଼ି ନିଖୋଜ ଥିଲେ: ମିଳିଲା ୪ଜଣଙ୍କ ମୃତଦେହ

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନ କୁଲାରସିଂ ପଞ୍ଚାୟତ ତାନସିଂ ନିକଟସ୍ଥ ପାତାଳୀ ନଦୀରେ ଡଙ୍ଗା ବୁଡି ନିଖୋଜ ଥିବା ୪ଜଣଙ୍କ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ଗୁରୁବାର ତାନ୍‌ସିଂ ଗ୍ରାମର ଲାଲମଣି ଶିସାଙ୍କ ମୃତଦେହ ଉଦ୍ଧାର ହୋଇଥିଲା।

ଶୁକ୍ରବାର ଓଡ୍ରାଫ ଏବଂ ନନ୍ଦପୁର ଅଗ୍ନିଶମ ବିଭାଗ ପକ୍ଷରୁ ନଦୀରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ବହୁ ସମୟ ଖୋଜାଖୋଜି କରିବା ପରେ ଗଭୀର ପାଣିରୁ ନିଖୋଜ ୪ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକ ହେଲେ ଶଶିରେଖା ଆର୍ଲାବ (୩୫) ଏବଂ ୩ ନାବାଳିକା ଶାନ୍ତି ଶିସା (୭), ନବିନା ଆର୍ଲାବ (୧୪), ପୁଷ୍ପାଞ୍ଜଳି ଆର୍ଲାବ (୬)। ମୃତଦେହ ଉଦ୍ଧାର ପରେ ନଦୀ ଘାଟରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି l ଘଟଣା ସ୍ଥଳରେ ନନ୍ଦପୁର ପ୍ରଶାସନ ଓ ପଟ୍ଟାଙ୍ଗି ବିଧାୟକ ଉପସ୍ଥିତ ରହିଛନ୍ତି। ସେହିପରି ନନ୍ଦପୁର ପୋଲିସ ଏସ୍‌ଡିପି ଓ ସଞ୍ଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ତଦାରଖ କରିଥିଲେ।

ସୂଚନାଯୋଗ୍ୟ, ଗୁରୁବାର ୫ଜଣ ଏକ କାର୍ଯ୍ୟରେ ଯୋଗଦେବାକୁ ପାତାଳୀ ନଦୀ (ଜଲାପୁଟ ରିଜର୍ଭର) ଆରପଟେ ଥିବା ବଡେଲା ଗ୍ରାମକୁ ଯାଇଥିଲେ। ସେଠାରୁ ଦେଶୀ ଡଙ୍ଗା ନେଇ ଫେରିବା ବେଳେ ହଠାତ୍‌ ଡଙ୍ଗାଟି ଓଲଟି ପଡ଼ିଥିଲା। ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସେତିକି ବେଳେ ଲାଲମଣିଙ୍କ ମୃତଦେହ ମିଳିଥିଲା। ସନ୍ଧ୍ୟା ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ଶୁବ୍ରବାର ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଓଡ୍ରାଫ ଏବଂ ନନ୍ଦପୁର ଅଗ୍ନିଶମ ବିଭାଗର ଖୋଜାଖୋଜି କରିଥିଲେ। ଏପରିକି ମାଛ ଜାଲ ସାହାର୍ଯ୍ୟରେ ନିଖୋଜ ୪ଜଣଙ୍କ ମୃତଦେହ ଉଦ୍ଧାର କରିଥିଲେ।

ଜିଲା ଆଦିବାସୀ ଉନ୍ନୟନ ସଂସ୍ଥା ପକ୍ଷରୁ ପାତାଳୀ ନଦୀର ଜଲାପୁଟ ରିଜର୍ଭର ଜଳରାଶି ଚାରି ପାଶର୍‌ବରେ ଥିବା କୁଲାରସିଂ, ପରଜା ବଡପଡା, ପାଡୁଆ, ଗୋଲୁର, ପାନ୍ଥଲୁଙ୍ଗ, ବିଲାପୁଟ, କୁଲାବିର ପଞ୍ଚାୟତବାସୀଙ୍କ ଯାତାୟାତ ନିମନ୍ତେ ୨ଟି ମୋଟର ବୋଟ ପ୍ରଦାନ କରାଯାଇଛି। ତାହା ଅଧିକାଂଶ ସମୟ ଅଚଳ ରହୁଥିବାରୁ ଲୋକେ ଦେଶୀ ଡଙ୍ଗାର ବ୍ୟବହାର କରି ଏଭଳି ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଅଚଳ ମୋଟର ଡଙ୍ଗାର ମରାମତି ସାଙ୍ଗକୁ ପଞ୍ଚାୟତ ପିଛା ଗୋଟିଏ ଲେଖାଏ ମୋଟର ଡଙ୍ଗା ଯୋଗାଇ ଦେବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri