Posted inଜାତୀୟ

ଘରକୁ ପଠାଗଲା ୫ ଶହୀଦଙ୍କ ପାର୍ଥିବ ଶରୀର, ହସ୍ପିଟାଲରେ ଶ୍ରଦ୍ଧାଞ୍ଜଳି ଅର୍ପଣ…

ଶ୍ରୀନଗର,୨୪।୧୧ : ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ବାଜିମାଲ ଅଞ୍ଚଳର ଧରାମସାଲରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ୨୪ ଘଣ୍ଟିଆ ମୁକାବିଲା ଶେଷ ହୋଇଛି। ଏହି ଏନକାଉଣ୍ଟରରେ ଭାରତୀୟ ସୈନିକମାନେ ଲଶ୍କର-ଇ-ତୋଏବାର ଦୁଇ ଭୟଭୀତ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। କିନ୍ତୁ ଆତଙ୍କବାଦୀଙ୍କ ସହ ହୋଇଥିବା ଏହି ମୁକାବିଲାରେ ୨ କ୍ୟାପଟେନଙ୍କ ସମେତ ୫ ଟି ଭାରତୀୟ ସେନା ଶହୀଦ ହୋଇଥିଲେ। ଆତଙ୍କବାଦୀଙ୍କ ମୁକାବିଲାରେ ନିଜ ଜୀବନ ବଳି ଦେଇଥିବା ପାଞ୍ଚଜଣ ସୈନିକଙ୍କୁ ପୂର୍ଣ୍ଣ ସମ୍ମାନ ଜଣାଇ ସେନା ଶ୍ରଦ୍ଧାଞ୍ଜଳି ଅର୍ପଣ କରଛି।

ଆତଙ୍କବାଦୀଙ୍କ ସହ ଲଢ଼ିିବା ସମୟରେ ଶହୀଦ ହୋଇଥିବା ପାଞ୍ଚଜଣ ସୈନିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ସେନା ଜେନେରାଲ ହସ୍ପିଟାଲ ରାଜୌରୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏଥିରେ ରୋମିଓ ଫୋର୍ସ କମାଣ୍ଡିଂ ଜେନେରାଲ ଅଫିସର ତଥା ବହୁ ସେନା ଅଧିକାରୀ ଏବଂ ପୋଲିସ ଅଧିକାରୀ ପାଞ୍ଚଜଣ ସୈନିକଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ଶହୀଦ ହୋଇଥିବା ଭାରତୀୟ ସୈନିକମାନଙ୍କ ପାର୍ଥିବ ଶରୀରକୁ ସେମାନଙ୍କ ଘରକୁ ପଠାଯାଇଛି।

ରାଜୌରୀରେ ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଥିବା ସୈନିକମାନଙ୍କ ମଧ୍ୟରେ କର୍ନାଟକର ମାଙ୍ଗାଲୋରର ବାସିନ୍ଦା କ୍ୟାପଟେନ ଏମ.ଭି ପ୍ରାଞ୍ଜଲ (୬୩ ରାଷ୍ଟ୍ରୀୟ ରାଇଫଲ), ଉତ୍ତରପ୍ରଦେଶ ଆଗ୍ରାର ବାସିନ୍ଦା କ୍ୟାପଟେନ ଶୁଭମ ଗୁପ୍ତା ( ୯ ପାରା), ଜମ୍ମୁ-କଶ୍ମୀର ପୁଞ୍ଚର ବାସିନ୍ଦା ହାଭିଲଦାର ଅବଦୁଲ ମାଜିଦ, ଉତ୍ତରାଖଣ୍ଡ ନୈନିତାଲର ଲାନ୍ସ ନାୟକ ସଞ୍ଜୟ ବିଷ୍ଟ, ଇତ୍ତରପ୍ରଦେଶ ଆଲିଗଡ ର ପାରାଟ୍ରୁପର ସଚିନ ଲୈର ଅଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri