ଜଙ୍ଗଲରୁ ମିଳିଲା ମହିଳା, ପୁରୁଷଙ୍କ ଗଳିତ ମୃତଦେହ

ଖୁଣ୍ଟୁଣୀ,୨୩।୨(ଡି.ଏନ୍‌.ଏ): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ଜଣେ ମହିଳା ଏବଂ ପୁରୁଷଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ହେଲେ ଉଭୟଙ୍କ ପରିଚୟ ଜଣାପଡ଼ିନାହିଁ। ତେବେ କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ଘଟିଛି ସେନେଇ ପୋଲିସ ତଦନ୍ତ ଚଳାଇଛି। ୨ରୁ ୩ ଦିନ ତଳେ ଉଭୟଙ୍କ ମୃତ୍ୟୁ ଘଟିଥିବା ପୋଲିସ ଅନୁମାନ କରୁଛି।

ଅନ୍ୟପକ୍ଷେ ଖବର ପାଇ ଖୁଣ୍ଟୁଣୀ ବନାଞ୍ଚଳ ଅଧିକାରୀ ନୀଳମାଧବ ସାହୁ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ପୋଲିସକୁ ଖବର ଦେଇଥିଲେ। ଏପରି କି ସମ୍ପୃକ୍ତ ଅଞ୍ଚଳ ଖୁଣ୍ଟୁଣୀ କି ଗୁରୁଡ଼ିଝାଟିଆ ଥାନା ଅଧୀନର, ସେନେଇ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ପରେ ସମ୍ପୃକ୍ତ ଅଞ୍ଚଳ ଗୁରୁଡ଼ିଝାଟିଆ ଥାନାର ବୋଲି ଚିହ୍ନଟ ହୋଇଥିଲା। ଆଇଆଇସି ରଞ୍ଜନ କୁମାର ପ୍ରଧାନ ସାଇଣ୍ଟିଫିକ୍‌ ଟିମ୍‌ ଡକାଇ ତଦନ୍ତ କରିଥିଲେ। ସେମାନଙ୍କ ପରିଚୟ ଜାଣିବା ନେଇ ପୋଲିସ ତଦନ୍ତ ଚଳାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଆଇଆଇସି ପ୍ରଧାନ କହିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୨ଟି ବୋତଲ ଜବତ କରିଥିବା ଜଣାପଡଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri