ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ମିଳିଲା

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ଠାବ କରାଯାଇଛି। ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଏମ୍‌ଭି ୭ ଗ୍ରାମ ନିକଟ ମୁଖ୍ୟ ରାସ୍ତାକଡ଼ ଏକ ଜଙ୍ଗଲ ଭିତରେ।

ସୂଚନାନୁଯାୟୀ ମୃତ ଝିଅ ନନ୍ଦେ ମାଡକାମୀ ଓ ପୁଅ ନବୀନ ମାଡକାମୀ ତମସା ପଞ୍ଚାୟତ ଆରୋ କଲୋନୀ ନିବାସୀ ଅଟନ୍ତି। ଗ୍ରାମବାସୀ କୁହନ୍ତି, ମୃତ ଝିଅ ଓ ପୁଅ  ଆଗରୁ ପରସ୍ପରକୁ ଭଲ ପାଇ ଆସୁଥିଲେ। ଦୁହେଁ ଆଦିବାସୀ ଜାତିର ହୋଇଥିବାରୁ କୌଣସି କାରଣବଶତଃ ସେମାନଙ୍କ ପ୍ରେମକୁ ଘରେ ସ୍ବୀକାର କରି ନ ଥିଲେ। ଝିଅଟିର ଗତ ବୁଧବାର ବିବାହ ଠିକ୍‌ କରାଯାଇଥିଲା। କିନ୍ତୁ ଗତ ମଙ୍ଗଳବାର ଝିଅ ଓ ପୁଅ ନିଖୋଜ ଥିଲେ। ପରିବାର ଲୋକେ ଓ ଗ୍ରାମବାସୀ ଅନେକ ଖୋଜାଖୋଜି କରିଥିଲେ କିନ୍ତୁ ସେମାନଙ୍କ କୌଣସି ଖବର ମିଳି ନ ଥିଲା।

ଶୁକ୍ରବାର କିଛି ଲୋକ ଏମ୍‌ଭି ୭ ମୁଖ୍ୟ ରାସ୍ତାକଡ଼ ଜଙ୍ଗଲରେ ଦୁହିଁଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ସେଠାରେ ନିଜ ପରିବାର ଲୋକେ ପହଞ୍ଚି ମୃତଦେହକୁ ଚିହ୍ନିଥିଲେ। ଅପରପକ୍ଷେ ଘଟଣା ସମ୍ପର୍କରେ ଖବର ପାଇ ମାଲକାନଗିରି ଏସ୍‌ଡିପିଓ ସଚିନ ପଟେଲ ଓ ଥାନାଧିକାରୀ ରିଙ୍ଗାନ କିଣ୍ଡ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତ ଝିଅ-ପୁଅଙ୍କ ନିକଟରେ ଦୁଇଟି ଗ୍ଲାସ ଥିବାରୁ ବିଷ ପିଇ ମୃତ୍ୟବରଣ କରୁଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୩ ମନ୍ତ୍ରୀଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରିଛନ୍ତି। ତାଲିକାରେ ୪ ନୂଆ ମୁହଁ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri