ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ମିଳିଲା

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ଠାବ କରାଯାଇଛି। ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଏମ୍‌ଭି ୭ ଗ୍ରାମ ନିକଟ ମୁଖ୍ୟ ରାସ୍ତାକଡ଼ ଏକ ଜଙ୍ଗଲ ଭିତରେ।

ସୂଚନାନୁଯାୟୀ ମୃତ ଝିଅ ନନ୍ଦେ ମାଡକାମୀ ଓ ପୁଅ ନବୀନ ମାଡକାମୀ ତମସା ପଞ୍ଚାୟତ ଆରୋ କଲୋନୀ ନିବାସୀ ଅଟନ୍ତି। ଗ୍ରାମବାସୀ କୁହନ୍ତି, ମୃତ ଝିଅ ଓ ପୁଅ  ଆଗରୁ ପରସ୍ପରକୁ ଭଲ ପାଇ ଆସୁଥିଲେ। ଦୁହେଁ ଆଦିବାସୀ ଜାତିର ହୋଇଥିବାରୁ କୌଣସି କାରଣବଶତଃ ସେମାନଙ୍କ ପ୍ରେମକୁ ଘରେ ସ୍ବୀକାର କରି ନ ଥିଲେ। ଝିଅଟିର ଗତ ବୁଧବାର ବିବାହ ଠିକ୍‌ କରାଯାଇଥିଲା। କିନ୍ତୁ ଗତ ମଙ୍ଗଳବାର ଝିଅ ଓ ପୁଅ ନିଖୋଜ ଥିଲେ। ପରିବାର ଲୋକେ ଓ ଗ୍ରାମବାସୀ ଅନେକ ଖୋଜାଖୋଜି କରିଥିଲେ କିନ୍ତୁ ସେମାନଙ୍କ କୌଣସି ଖବର ମିଳି ନ ଥିଲା।

ଶୁକ୍ରବାର କିଛି ଲୋକ ଏମ୍‌ଭି ୭ ମୁଖ୍ୟ ରାସ୍ତାକଡ଼ ଜଙ୍ଗଲରେ ଦୁହିଁଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ସେଠାରେ ନିଜ ପରିବାର ଲୋକେ ପହଞ୍ଚି ମୃତଦେହକୁ ଚିହ୍ନିଥିଲେ। ଅପରପକ୍ଷେ ଘଟଣା ସମ୍ପର୍କରେ ଖବର ପାଇ ମାଲକାନଗିରି ଏସ୍‌ଡିପିଓ ସଚିନ ପଟେଲ ଓ ଥାନାଧିକାରୀ ରିଙ୍ଗାନ କିଣ୍ଡ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତ ଝିଅ-ପୁଅଙ୍କ ନିକଟରେ ଦୁଇଟି ଗ୍ଲାସ ଥିବାରୁ ବିଷ ପିଇ ମୃତ୍ୟବରଣ କରୁଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri