ମିଳିଲାଣି ହଜାରେ ଶିଶୁଙ୍କ ମୃତଦେହ

ଅଟାଓ୍ବା, ୧୫ା୭: କାନାଡାର ଦକ୍ଷିଣପଶ୍ଚିମ ବ୍ରିଟିଶ କଲମ୍ବିଆସ୍ଥିତ ଏକ ବୋର୍ଡିଂ ସ୍କୁଲରୁ ଚତୁର୍ଥ ପର୍ଯ୍ୟାୟରେ ସୋମବାର ଆହୁରି ୧୬୦ ଛାତ୍ରୀଛାତ୍ରଙ୍କ କଙ୍କାଳ ମିଳିଛି। ଏହାକୁ ମିଶାଇ ଅଦ୍ୟାବଧି ୧ ହଜାରରୁ ଊର୍ଦ୍ଧ୍ୱ ଶିଶୁଙ୍କ ସମାଧି ଠାବ ହେଲାଣି। ପେନେଲାକୁଟ୍‌ ଦ୍ୱୀପର କୁପର ଆଇଲାଣ୍ଡ ଇଣ୍ଡଷ୍ଟ୍ରିଆଲ ସ୍କୁଲ ନିକଟରେ ଏହି ଗଣସମାଧି ଠାବ କରାଯାଇଥିବା ସେଠାକାର ଆଦିବାସୀମାନେ ଏକ ବିବୃତ୍ତିରେ କହିଛନ୍ତି। ବଢ଼ି ଚାଲିଥିବା ମୃତ୍ୟୁସଂଖ୍ୟାକୁ ଦେଖି ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଶୋକ ବ୍ୟକ୍ତ କରିଛନ୍ତି। ଏହାକୁ ମାନବତା ବିରୋଧୀ ଅପରାଧ ବିବେଚନା କରି ତଦନ୍ତକାରୀ ଅଧିକାରୀମାନେ ତନାଘନା ଚଳାଇଛନ୍ତି।
ଯେ, କାନାଡାରେ ୧୮୬୩ରୁ ୧୯୯୮ ପର୍ଯ୍ୟନ୍ତ ରେସିଡେନ୍ସିଆଲ ସ୍କୁଲ ବ୍ୟବସ୍ଥା ପ୍ରଚଳନ ଥିଲା। ଏହା କେତେକ ଚର୍ଚ୍ଚ ଦ୍ୱାରା ପରିଚାଳିତ ହେଉଥିଲା। ପ୍ରାୟ ୧,୫୦,୦୦୦ ପିଲାଙ୍କୁ ସେମାନଙ୍କ ଘରୁ ଜବରଦସ୍ତି ନିଆଯାଇ ସ୍କୁଲଗୁଡ଼ିକରେ ରଖାଯାଇଥିଲା। ସେମାନଙ୍କୁ ନିଜ ଭାଷା, ସଂସ୍କୃତିଠାରୁ ଦୂରରେ ରହିବାକୁ ବାଧ୍ୟ କରାଯାଉଥିଲା। ଅନେକଙ୍କୁ ଶାରୀରିକ ନିର୍ଯାତନା ଏପରି କି ଛୋଟ ପିଲାଙ୍କୁ ବଳାତ୍କାର ମଧ୍ୟ କରାଯାଉଥିଲା। ଏହି ବ୍ୟବସ୍ଥାର ପ୍ରଭାବ ଯାଞ୍ଚ ପାଇଁ ୨୦୦୮ରେ ଦି ଟ୍ରୁଥ୍‌ ଆଣ୍ଡ ରିକନ୍‌ସିଲିଏସନ୍‌ କମିଶନ (ଟିଆର୍‌ସି) ଗଠନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri