କାମକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଯୁବକ: ପରିତ୍ୟକ୍ତ ବାଡ଼ିରୁ ମିଳିଲା ରକ୍ତାକ୍ତ ମୃତଦେହ

ରାଉରକେଲା ଅଫିସ,୪ା୨: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ କନଷ୍ଟ୍ରକ୍‌ସନ କଲୋନୀରେ ରକ୍ତାକ୍ତ ଅବସ୍ଥାରେ ପୋଲିସ ଦୁଇ ଯୁବକଙ୍କ ମୃତଦେହକୁ ଶନିବାର ସନ୍ଧ୍ୟାରେ ଜବତ କରିଛି। ମୃତ ଯୁବକଙ୍କ ନାମ ଇନ୍ଦ୍ରଜିତ ସ୍ବାଇଁ(୨୭) ଓ ସଞ୍ଜୟ କୁମାର ଦାଶ (୩୯)।

ସୂଚନାଯୋଗ୍ୟ, ଟାଙ୍ଗରପାଲିସ୍ଥିତ ଲାଲଟାଙ୍କି ଅଞ୍ଚଳରେ ଇନ୍ଦ୍ରଜିତ ଏବଂ ସଞ୍ଜୟ ପରିବାର ସହ ବାସ କରନ୍ତି। ଶନିବାର ଅପରାହ୍ନରେ ବାଇକ୍‌ ଯୋଗେ ଇନ୍ଦ୍ରଜିତ ଏବଂ ସଞ୍ଜୟ କନ୍‌ଷ୍ଟ୍ରକ୍‌ସନ କଲୋନୀକୁ କୌଣସି କାମରେ ଯାଇଥିଲେ। ପରେ ସନ୍ଧ୍ୟା ହେବାରୁ ଘରକୁ ଫେରି ନ ଥିଲେ। ଅନ୍ୟପକ୍ଷରେ କନ୍‌ଷ୍ଟ୍ରକ୍‌ସନ କଲୋନୀରେ ଥିବା ଏକ ବନ୍ଦ ଘର ପଛପଟ ବାଡ଼ିରେ ଦୁଇଜଣଙ୍କ ମୃତଦେହ ପଡ଼ିଥିବା ପୋଲିସ ଖବର ପାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଦୁଇଟି ଜବତ କରିଥିଲା। ଉଭୟଙ୍କ ମୁଣ୍ଡ ଓ ମୁହଁରେ ଆଘାତ ଲାଗିଥିବା ଦେଖିବାକୁ ମିଳିଛି।

ଏନେଇ ଥାନାଧିକାରୀ ସୁଦର୍ଶନ ପଣ୍ଡାଙ୍କୁ ପଚାରିବାରୁ ସେ ଛୁଟିରେ ଥିବା କହିଥିଲେ। ଉଭୟଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ଚର୍ଚ୍ଚା କରୁଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରୁ ମୃତ ଯୁବକ ଦ୍ୱୟଙ୍କ ମୃତଦେହ ଜବତ କରି ଆରଜିଏଚ୍‌ ମର୍ଗ ହାଉସରେ ରଖି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri