କାମକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଯୁବକ: ପରିତ୍ୟକ୍ତ ବାଡ଼ିରୁ ମିଳିଲା ରକ୍ତାକ୍ତ ମୃତଦେହ

ରାଉରକେଲା ଅଫିସ,୪ା୨: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ କନଷ୍ଟ୍ରକ୍‌ସନ କଲୋନୀରେ ରକ୍ତାକ୍ତ ଅବସ୍ଥାରେ ପୋଲିସ ଦୁଇ ଯୁବକଙ୍କ ମୃତଦେହକୁ ଶନିବାର ସନ୍ଧ୍ୟାରେ ଜବତ କରିଛି। ମୃତ ଯୁବକଙ୍କ ନାମ ଇନ୍ଦ୍ରଜିତ ସ୍ବାଇଁ(୨୭) ଓ ସଞ୍ଜୟ କୁମାର ଦାଶ (୩୯)।

ସୂଚନାଯୋଗ୍ୟ, ଟାଙ୍ଗରପାଲିସ୍ଥିତ ଲାଲଟାଙ୍କି ଅଞ୍ଚଳରେ ଇନ୍ଦ୍ରଜିତ ଏବଂ ସଞ୍ଜୟ ପରିବାର ସହ ବାସ କରନ୍ତି। ଶନିବାର ଅପରାହ୍ନରେ ବାଇକ୍‌ ଯୋଗେ ଇନ୍ଦ୍ରଜିତ ଏବଂ ସଞ୍ଜୟ କନ୍‌ଷ୍ଟ୍ରକ୍‌ସନ କଲୋନୀକୁ କୌଣସି କାମରେ ଯାଇଥିଲେ। ପରେ ସନ୍ଧ୍ୟା ହେବାରୁ ଘରକୁ ଫେରି ନ ଥିଲେ। ଅନ୍ୟପକ୍ଷରେ କନ୍‌ଷ୍ଟ୍ରକ୍‌ସନ କଲୋନୀରେ ଥିବା ଏକ ବନ୍ଦ ଘର ପଛପଟ ବାଡ଼ିରେ ଦୁଇଜଣଙ୍କ ମୃତଦେହ ପଡ଼ିଥିବା ପୋଲିସ ଖବର ପାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଦୁଇଟି ଜବତ କରିଥିଲା। ଉଭୟଙ୍କ ମୁଣ୍ଡ ଓ ମୁହଁରେ ଆଘାତ ଲାଗିଥିବା ଦେଖିବାକୁ ମିଳିଛି।

ଏନେଇ ଥାନାଧିକାରୀ ସୁଦର୍ଶନ ପଣ୍ଡାଙ୍କୁ ପଚାରିବାରୁ ସେ ଛୁଟିରେ ଥିବା କହିଥିଲେ। ଉଭୟଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ ଚର୍ଚ୍ଚା କରୁଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରୁ ମୃତ ଯୁବକ ଦ୍ୱୟଙ୍କ ମୃତଦେହ ଜବତ କରି ଆରଜିଏଚ୍‌ ମର୍ଗ ହାଉସରେ ରଖି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri