ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ତଥା ହଳଦୀ ପଞ୍ଚାୟତ ଅନ୍ତର୍ଗତ ସେମେଲପାଲି ଗାଁର ଏକ ଘରୁ ରବିବାର ସକାଳେ ଯୁବତୀଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସେମେଲପାଲି ଗାଁର ଅରବିନ୍ଦ ନାଗ(୧୮) ଏବଂ ସଂଯୁକ୍ତା ନାଗ(୨୦)। ଖବର ପାଇ କଣ୍ଟାବାଞ୍ଜି ଏସ୍‌ଡିପିଓ ଲକ୍ଷ୍ମୀନାରାୟଣ ମାରାଣ୍ଡି ଓ ମୁରିବାହାଲ ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିଥିଲେ। ମାଜିଷ୍ଟ୍ରେଟଭାବେ ମୁରିବାହାଲ ତହସିଲଦାର ଜଗଦୀଶ କାର୍ତ୍ତାମି ଉପସ୍ଥିତ ଥିଲେ।

ସନ୍ଧ୍ୟାରେ ମୃତଦେହ ବ୍ୟବଚ୍ଛେଦ ପାଇଁ କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଅରବିନ୍ଦ ଓ ସଂଯୁକ୍ତାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ହେଲେ ଉଭୟେ ସମ୍ପର୍କୀୟ ହୋଇଥିବାରୁ ସେମାନଙ୍କ ମଧ୍ୟରେ ବିବାହକୁ ଉଭୟ ପରିବାର ସ୍ବୀକୃତି ଦେଉ ନ ଥିଲେ। ଏହାହିଁ ସେମାନଙ୍କ ମୃତ୍ୟୁର କାରଣ ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଶନିବାର ସଂଯୁକ୍ତା ନିଖୋଜ ଥିବା ନେଇ ତାଙ୍କ ବାପା ମୁରିବାହାଲ ଥାନାରେ ଅଭିଯୋଗ କରିଥିଲେ। ହେଲେ ସଂଯୁକ୍ତା କିପରି ଅରବିନ୍ଦଙ୍କ ଘରକୁ ଗଲେ ଓ ସେଠାରେ ଉଭୟଙ୍କର କିପରି ମୃତ୍ୟୁ ହେଲା ତାହା ରହସ୍ୟାବୃତ ରହିଛି। ଏ ନେଇ ମୁରିବାହାଲ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୪/୨୫)ରୁଜୁ ହୋଇ ଅଧିକ ତଦନ୍ତ ଚାଲିଛି। ଖୁବ୍‌ଶୀଘ୍ର ଏହାର ରହସ୍ୟ ଉନ୍ମୋଚନ ହେବ ବୋଲି ଆଇଆଇସି ସିପରା ସୁରୟା ଲୁଗୁନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri