ନିଖୋଜର ଦିନକ ପରେ ମିଳିଲା ମୃତଦେହ: ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଭମରମାଲ ଛକ ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ଗ୍ରାମର ରଏନପଡାର ବିରଞ୍ଚି ନାଏକ(୩୨)।

ମିଳିଥିବା ସୂଚନା ମୁତାବକ, ବିରଞ୍ଚିଙ୍କୁ ଗ୍ରାମର ୨ଜଣ ସାଙ୍ଗ ଫୋନ କରି ଗତ ୧୨ତାରିଖ ସନ୍ଧ୍ୟାରେ ଡାକିଥିଲେ। ହେଲେ ବିରଞ୍ଚି ଘରକୁ ଫେରିବାରେ ବିଳମ୍ବ ହେବାରୁ ତାଙ୍କ ସ୍ତ୍ରୀ ଫୋନ କରିଥିଲେ। ହେଲେ ଫୋନ ସୁଇଜ୍‌ ଅପ ରହିଥିଲା। ଏନେଇ ପରିବାର ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ। ହେଲେ ବିରଞ୍ଚିଙ୍କ କୌଣସି ପର୍ତ୍ତା ମିଳି ନ ଥିଲା।

ସୋମବାର ରାତିରେ ଭମରମାଲ ଗାଁ ଛକ ନିକଟରେ ଜଣେ ଯୁବକଙ୍କ ମୃତ ଦେହ ପଡିଥିବା ପରିବାର ଲୋକଙ୍କୁ ଖବର ମଳିଥିଲା। ପରିବାରର ଲୋକେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରି କେସିଙ୍ଗା ପୋଲିସକୁ ଖବର ଦେଇଥିଲେ। ହେଲେ କେସିଙ୍ଗା ପୋଲିସର ଜଣେ କର୍ମଚାରୀ ସୋମବାର ସାଧାରଣ ନିର୍ବାଚନକୁ ନେଇ ବ୍ୟସ୍ତତା ଥିବା ଜଣାଇଥିଲେ। ଏଭଳି ସ୍ଥତିରେ ରାତି ୧୧ଟାରେ କେସିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା।

ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ସଂକ୍ରାନ୍ତରେ ବିରଞ୍ଚିଙ୍କ ସ୍ତ୍ରୀ ଲିଲି ନାଏକ(୨୮)କେସିଙ୍ଗା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ସ୍ବାମୀଙ୍କୁ ଯୋଜନା ମୁତାବକ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସ୍ତ୍ରୀ ଲିଲି ଅଭିଯୋଗ କରିଛନ୍ତି।

ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଣ୍ଟିଫିକ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ବିରଞ୍ଚିଙ୍କ ୧୦ବର୍ଷର ଏକ ଦିବ୍ୟାଙ୍ଗ ଝିଅ, ୬ବର୍ଷର ପୁଅ ଏବଂ ୬ମାସର ଜଣେ ଝିଅ ଅଛନ୍ତି। ବିରଞ୍ଚି ଘରର ଏକୁଟିଆ ରୋଜଗାର କ୍ଷମ ବ୍ୟକ୍ତି ଥିବା ବେଳେ ବର୍ତ୍ତମାନ ସ୍ତ୍ରୀ ପିଲାଛୁଅଙ୍କ ସମେତ ବିଧମା ମା’ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।

ଏ ନେଇ କେସିଙ୍ଗା ଥାନା ଏକ ମାମଲା(ନଂ,୧୯୩/୨୪) ରୁଜୁ ହୋଇଛି। ଏହି ସଂକ୍ରାନ୍ତରେ କେସିଙ୍ଗା ଆଇଆଇସି ପ୍ରଦ୍ୟୁମ୍ନ ମହାପାତ୍ରଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri