ନିଖୋଜର ଦିନକ ପରେ ମିଳିଲା ମୃତଦେହ: ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଭମରମାଲ ଛକ ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ଗ୍ରାମର ରଏନପଡାର ବିରଞ୍ଚି ନାଏକ(୩୨)।

ମିଳିଥିବା ସୂଚନା ମୁତାବକ, ବିରଞ୍ଚିଙ୍କୁ ଗ୍ରାମର ୨ଜଣ ସାଙ୍ଗ ଫୋନ କରି ଗତ ୧୨ତାରିଖ ସନ୍ଧ୍ୟାରେ ଡାକିଥିଲେ। ହେଲେ ବିରଞ୍ଚି ଘରକୁ ଫେରିବାରେ ବିଳମ୍ବ ହେବାରୁ ତାଙ୍କ ସ୍ତ୍ରୀ ଫୋନ କରିଥିଲେ। ହେଲେ ଫୋନ ସୁଇଜ୍‌ ଅପ ରହିଥିଲା। ଏନେଇ ପରିବାର ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ। ହେଲେ ବିରଞ୍ଚିଙ୍କ କୌଣସି ପର୍ତ୍ତା ମିଳି ନ ଥିଲା।

ସୋମବାର ରାତିରେ ଭମରମାଲ ଗାଁ ଛକ ନିକଟରେ ଜଣେ ଯୁବକଙ୍କ ମୃତ ଦେହ ପଡିଥିବା ପରିବାର ଲୋକଙ୍କୁ ଖବର ମଳିଥିଲା। ପରିବାରର ଲୋକେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରି କେସିଙ୍ଗା ପୋଲିସକୁ ଖବର ଦେଇଥିଲେ। ହେଲେ କେସିଙ୍ଗା ପୋଲିସର ଜଣେ କର୍ମଚାରୀ ସୋମବାର ସାଧାରଣ ନିର୍ବାଚନକୁ ନେଇ ବ୍ୟସ୍ତତା ଥିବା ଜଣାଇଥିଲେ। ଏଭଳି ସ୍ଥତିରେ ରାତି ୧୧ଟାରେ କେସିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା।

ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ସଂକ୍ରାନ୍ତରେ ବିରଞ୍ଚିଙ୍କ ସ୍ତ୍ରୀ ଲିଲି ନାଏକ(୨୮)କେସିଙ୍ଗା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ସ୍ବାମୀଙ୍କୁ ଯୋଜନା ମୁତାବକ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସ୍ତ୍ରୀ ଲିଲି ଅଭିଯୋଗ କରିଛନ୍ତି।

ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଣ୍ଟିଫିକ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ବିରଞ୍ଚିଙ୍କ ୧୦ବର୍ଷର ଏକ ଦିବ୍ୟାଙ୍ଗ ଝିଅ, ୬ବର୍ଷର ପୁଅ ଏବଂ ୬ମାସର ଜଣେ ଝିଅ ଅଛନ୍ତି। ବିରଞ୍ଚି ଘରର ଏକୁଟିଆ ରୋଜଗାର କ୍ଷମ ବ୍ୟକ୍ତି ଥିବା ବେଳେ ବର୍ତ୍ତମାନ ସ୍ତ୍ରୀ ପିଲାଛୁଅଙ୍କ ସମେତ ବିଧମା ମା’ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।

ଏ ନେଇ କେସିଙ୍ଗା ଥାନା ଏକ ମାମଲା(ନଂ,୧୯୩/୨୪) ରୁଜୁ ହୋଇଛି। ଏହି ସଂକ୍ରାନ୍ତରେ କେସିଙ୍ଗା ଆଇଆଇସି ପ୍ରଦ୍ୟୁମ୍ନ ମହାପାତ୍ରଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?