ପୁରୀ ଯାଇ ଫେରିଲେନି ଘରକୁ: ଟ୍ରେନ୍‌ ଲାଇନରୁ ମିଳିଲା ମୃତଦେହ

ବ୍ରହ୍ମପୁର,୨୪।୫(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ଶୁକ୍ରବାର ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଟାଉନ ଥାନା ବିଜିପୁର କାଳୁଆ ସାହିର ଜୟ ସାହୁଙ୍କ ପୁଅ ରାମଚନ୍ଦ୍ର ସାହୁ(୪୨)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ମାମଲା(ନଂ. ୪୭।୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଟ୍ରେନରୁ ଖସି ରାମଚନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ପୋଲିସ ଅନୁମାନ କରୁଛି।

ମିଳିଥିବା ସୂଚନା ମୁତାବକ, ରାମଚନ୍ଦ୍ର କୌଣସି କାମରେ ପୁରୀ ଯାଇଥିଲେ। ପୁରୀରୁ ଆସି ଖୋର୍ଦ୍ଧାରେ ଟ୍ରେନ୍‌କୁ ଅପେକ୍ଷା କରିଥିଲେ। ଗୁରୁବାର ରାତି ପ୍ରାୟ ୧୦ଟାରେ ରାମଚନ୍ଦ୍ର ଫୋନ କରି ତାଙ୍କ ସ୍ତ୍ରୀଙ୍କୁ ଘରକୁ ଫେରିବି ବୋଲି କହିଥିଲେ। ହେଲେ ସେ ରାତି ଘରକୁ ଫେରି ନ ଥିଲେ। ହେଲେ ତାଙ୍କର ମୋବାଇଫୋନ ସୁଇଚ୍‌ ଅଫ୍‌ ରହିଥିଲା। ଏଣୁ ପରିବାର ଲୋକଙ୍କ ସନ୍ଦେହ ହୋଇଥିଲା। ସେମାନେ ଖୋଜାଖୋଜି କରିଥିଲେ ବି ରାମଚନ୍ଦ୍ରଙ୍କ କୌଣସି ସନ୍ଧାନ ପାଇ ନ ଥିଲେ।

ଶୁକ୍ରବାର ସକାଳେ ବ୍ରହ୍ମପୁର ରେଳଷ୍ଟେଶନ ପ୍ଲାଟଫର୍ମ ଦୁଇ ନିକଟ ରେଳଧାରଣାରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ପୋଲିସ ଜାଣିବାକୁ ପାଇଥିଲା। ସେହିପରି ରାମଚନ୍ଦ୍ରଙ୍କୁ ଖୋଜାଖୋଜି କରୁଥିବା ତାଙ୍କ ଶଳା ସନାତନ ଘଟଣାସ୍ଥଳରେ ପହଞ୍ଚି ପୋଲିସ ଉପସ୍ଥିତିରେ ମୃତଦେହ ଚିହ୍ନଟ କରିଥିଲେ। ଅନ୍ୟପକ୍ଷେ ମୃତ ଯୁବକଙ୍କ ନିକଟରୁ ମୋବାଇଲ ଏବଂ ଅନ୍ୟ କୌଣସି ସାମଗ୍ରୀ ମିଳିପାରି ନ ଥିବା ପୋଲିସ କହିଛି। ରାମଚନ୍ଦ୍ରଙ୍କ ମୃତ୍ୟୁକୁ ପରିବାର ଲୋକେ ଗ୍ରହଣ କରୁ ନ ଥିବା ବେଳେ କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ସେ ନେଇ ସନ୍ଦେହ ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ପୁରୀ,୧୭ା୬(ଅଜିତ୍‌ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri