କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ ଗ୍ରାମର ଟୁକୁନ ସାହୁ (୩୨)। ଟୁକୁନ ରବିବାର ବିଳମ୍ବିତ ରାତିରେ ଘରୁ କେଉଁଆଡ଼େ ପଳାଇ ଯାଇଆଉ ଫେରି ନ ଥିଲେ। ରାତିରେ ପରିବାର ଲୋକେ ଖୋଜାଖୋଜି କରିଥିଲେ ସୁଦ୍ଧା ପାଇ ନ ଥିଲେ। ସୋମବାର ସକାଳୁ ତାଙ୍କ ମୃତଦେହ ଟ୍ରେନ୍‌ ଲାଇନରେ ପଡ଼ିଥିବା ନେଇ ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ତେବେ ଟୁକୁନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତେବେ ଟ୍ରେନ୍‌ରେ କଟି ତାଙ୍କର ଗଣ୍ଡିରୁ ମୁଣ୍ଡ ସମ୍ପୂର୍ଣ୍ଣ ଅଲଗା ହୋଇ ଯାଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ସୋମବାର ସକାଳ ପରଜଙ୍ଗ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ମଧ୍ୟାହ୍ନ ସୁଦ୍ଧା ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?