ନ୍ୟାୟ ପାଇଁ ୨ ବର୍ଷ ହେଲା ରଖିଛନ୍ତି ମୃତଦେହ

ମାଲକାନଗିରି,୩।୩(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ ପରିବାର ଲୋକେ। ଏହି ଘଟଣା ସାଧାରଣରେ କୌତୁହଳ ସୃଷ୍ଟି କରିଛି। ଖବରରୁ ଜଣାପଡିଛି ୨୦୨୦ ମାର୍ଚ୍ଚ ୧୯ତାରିଖରେ ଗଙ୍ଗାଲୁରୁ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୁଳି ବିନିମୟ ବେଳେ ମାଓବାଦୀ ବଦରୁ ମାଡବି ନିହତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଥିଲା। ତେବେ ଏହାକୁ ଖଣ୍ଡନ କରିଛନ୍ତି ବଦରୁଙ୍କ ପରିବାର ଲୋକେ। ବଦରୁଙ୍କୁ ଯବାନମାନେ ମାରିବା ସମୟରେ ତାଙ୍କ ସାନଭାଇ ସାନୁ ତାଙ୍କ ନିକଟରେ ଥିଲେ। ସାନୁ କହିଛନ୍ତି, ବଦରୁ ଏବଂ ସେ ମହୁଲ ଫୁଲ ସଂଗ୍ରହ ବେଳେ ପ୍ରଥମେ ଯବାନମାନେ ଆସି ଆମକୁ ଘେରିଯାଇଥିଲେ। ବିନା କାରଣରେ ସେମାନେ ଭାଇ ବଦରୁଙ୍କୁ ଗୁଳି କରି ହତ୍ୟା କରିଥିଲେ। ପରେ ସାନୁ ସେଠାରୁ ଖସି ଦୌଡି ପଳାଇ ଆସିଥିଲେ। ସେବେଠାରୁ ପରିବାର ଲୋକେ ବଦରୁଙ୍କୁ ନ୍ୟାୟ ଦାବି କରି ତାଙ୍କ ମୃତଦେହକୁ ବିଭିନ୍ନ ଜଡିବୁଟି, ତେଲ ଓ ଲୁଣର ପ୍ରଲେପ ଦେଇ ଏକ ଗାତ ଖୋଳି ସୁରକ୍ଷିତ ରଖିଛନ୍ତି। ଗ୍ରାମବାସୀ ଏଥିରେ ସହଯୋଗ କରି ଆସୁଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ବଦରୁ ମାଓବାଦୀ ସଙ୍ଗଠନରେ କାର୍ଯ୍ୟ କରୁ ନ ଥିଲେ। ତାଙ୍କୁ ବିନା କାରଣରେ ପୋଲିସ ମାରିଦେଇଛି। ନ୍ୟାୟ ପାଇବା ଯାଏ ଆମେ ତାଙ୍କ ମରଶରୀରକୁ ଏଭଳି ସାଇତି ରଖିବୁ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ସେ ସମୟରେ ପରିବାର ଲୋକେ ଦାନ୍ତଓ୍ବୋଡା ପୋଲିସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?