ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶିଶୁ ଜଣଙ୍କ ବାଉଁଶପାଳ ପଞ୍ଚାୟତ ଅନ୍ତର୍ଗତ ଚୁଳିଆ ମୁଣ୍ଡା ସାହିର ଟୁନା ମୁଣ୍ଡାଙ୍କ ୨ବର୍ଷର ପୁଅ ଅଭିଜିତ ମୁଣ୍ଡା। ଅଭିଜିତ କୁକୁର ସହିତ ଖେଳୁଖେଳୁ ଘର ଠାରୁ ପ୍ରାୟ ୧ କିଲୋମିଟର ଦୂରକୁ ଜଙ୍ଗଲ ମଧ୍ୟକୁ ଚାଲି ଯାଇଥିଲେ। ସେଠାରେ ସେ ନାଳରେ ପଡି ମୃତ୍ୟୁବରଣ କରିଥିବା ଜଣାପଡିଛି। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ଶିଶୁ ପୁତ୍ରଟିର ସନ୍ଧାନ ପାଇନଥିଲେ। ଆଜି ସକାଳୁ ସିଆରିମାଳିଆ ଗାଁ ବ୍ରିଜ ତଳ ନାଳରେ ଶିଶୁଟିର ମୃତଦେହ ଭାସୁଥିବା ନେଇ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ଓ ଅଗ୍ନିଶମବାହିନୀ ପହଞ୍ଚି ମୃତଦେହଟିକୁ ଉଦ୍ଧାର କରିଥିଲେ। ଏ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?