ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶିଶୁ ଜଣଙ୍କ ବାଉଁଶପାଳ ପଞ୍ଚାୟତ ଅନ୍ତର୍ଗତ ଚୁଳିଆ ମୁଣ୍ଡା ସାହିର ଟୁନା ମୁଣ୍ଡାଙ୍କ ୨ବର୍ଷର ପୁଅ ଅଭିଜିତ ମୁଣ୍ଡା। ଅଭିଜିତ କୁକୁର ସହିତ ଖେଳୁଖେଳୁ ଘର ଠାରୁ ପ୍ରାୟ ୧ କିଲୋମିଟର ଦୂରକୁ ଜଙ୍ଗଲ ମଧ୍ୟକୁ ଚାଲି ଯାଇଥିଲେ। ସେଠାରେ ସେ ନାଳରେ ପଡି ମୃତ୍ୟୁବରଣ କରିଥିବା ଜଣାପଡିଛି। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ଶିଶୁ ପୁତ୍ରଟିର ସନ୍ଧାନ ପାଇନଥିଲେ। ଆଜି ସକାଳୁ ସିଆରିମାଳିଆ ଗାଁ ବ୍ରିଜ ତଳ ନାଳରେ ଶିଶୁଟିର ମୃତଦେହ ଭାସୁଥିବା ନେଇ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ଓ ଅଗ୍ନିଶମବାହିନୀ ପହଞ୍ଚି ମୃତଦେହଟିକୁ ଉଦ୍ଧାର କରିଥିଲେ। ଏ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Dharitri – The Largest & Most Trusted Odia Daily