ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଗୋରୁମହିଷାଣି ଥାନା ଅନ୍ତର୍ଗତ ତାଣ୍ଡିପାଣି ଗ୍ରାମର ରାମେଶ୍ୱର ପିଙ୍ଗୁଆ (୪୫)। ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ ପ୍ରକାଶ ପାଇଛି।

ସୂଚନାନୁଯାୟୀ, ଶନିବାର ରାତିରେ ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରେ ରାମେଶ୍ୱରଙ୍କ ମୃତଦେହ ପଡ଼ିଥିବା ଖବର ପାଇ ଗୋରୁମହିଷାଣି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପରେ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ପହଞ୍ଚି ତଦନ୍ତ କରି ନମୁନା ସଂଗ୍ରହ କରିଛି। ଏନେଇ ଗୋରୁମହିଷାଣି ଥାନାରେ କେସ୍‌ ନମ୍ବର ୧୨୩/୨୬ରେ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ହତ୍ୟାକାଣ୍ଡର କାରଣ ଓ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପର୍କରେ ଜାଣିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Share