ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ପାଟପୁର ପଞ୍ଚାୟତ ରାମକୃଷ୍ଣ ନଗର କବିରାଜ ମହାନ୍ତିଙ୍କ ପୁଅ ସଞ୍ଜୟ ମହାନ୍ତି(୨୬)। ଏ ନେଇ ପାଟପୁର ଥାନାରେ ସଞ୍ଜୟଙ୍କ ବାପା କବିରାଜ ମହାନ୍ତି ଏତଲା ଦେଇଛନ୍ତି। ପାଟପୁର ପୋଲିସ ଅପମୃତ୍ୟୁ ମାମଲା ନଂ.୯/୨୫ ଅନୁଯାୟୀ ଘଟଣାର ତଦନ୍ତ ଚଳାଇଥିବା ବେଳେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ପାରିବାରିକ ଅଶାନ୍ତିରୁ ସଞ୍ଜୟ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସଞ୍ଜୟଙ୍କ ସାନଭାଇ ବାହାର ରାଜ୍ୟରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟକରୁଥିବା ବେଳେ ସେଠାରେ ୩ ସନ୍ତାନର ମା’ଙ୍କୁ ଭଲପାଇ ଗାଁ କୁ ଆଣିଥିଲେ । ଘରେ ବାରଣ କରିବାରୁ ସେ ସାହାସପୁର ପଞ୍ଚାୟତ ହାଟପଦା ଗ୍ରାମର ଏକ ଭଡ଼ା ଘରେ ରହୁଥିଲେ। ଅନ୍ୟପକ୍ଷରେ ସଞ୍ଜୟ ଭଲ ପାଉଥିବା ଜଣେ ଯୁବତୀଙ୍କୁ ବାହାହେବା ପାଇଁ ବାପା ମା’ଙ୍କୁ କହିଥିଲେ । ପରିବାର ଲୋକେ ରାଜି ନ ହେବାରୁସେ ଆତ୍ମହତ୍ୟା ପାଇଁ ନିଷ୍ପତ୍ତି ଶୁଣାଇଥିଲେ। ସାନ ଭାଇ ସ୍ତ୍ରୀଙ୍କୁ ନେଇ ବାହାର ରାଜ୍ୟକୁ ଗଲା ବେଳେ ବଡ଼ ଭାଇ ସଞ୍ଜୟଙ୍କୁ ଭଡ଼ା ଘରର ଚାବିକାଠି ଦେଇଥିଲେ । ଗତ ପ୍ରାୟ ୩ ଦିନ ହେବ ସଞ୍ଜୟ ନିଖୋଜ ଥିଲେ। ଏନେଇ ସଞ୍ଜୟଙ୍କ ବାପା କବିରାଜ ପୁଅର ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ କରିବା ପରେ ପାଟପୁର ପୋଲିସ ସଞ୍ଜୟଙ୍କ ମୋବାଇଲ ଟ୍ରାକିଂ କରିଥିଲେ। ସାହାସପୁର ହାଟପଦାର ଏକ ବନ୍ଦଘର ଲୋକେଶନ ଦେଖାଇଥିଲେ। ପୋଲିସ ସେଠାରେ ପହଞ୍ଚି ଭିତରୁ ବନ୍ଦ ଥିବା ଘରୁ ସଞ୍ଜୟଙ୍କ ମୃତଦେହ ଜବତ କରିଥିଲେ। ପାରିପାର୍ଶ୍ୱିକ ସ୍ଥିତିିରୁ ସେ ଆତ୍ମହତ୍ୟା କରିଥିବା ଜଣାପଡିଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri