ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ ଛାତ୍ରଙ୍କ ଝୁଲାନ୍ତ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ର ଜଣକ ହେଲେ ସ୍ବର୍ଗତ ସନାତନ ନାଏକଙ୍କ ପୁଅ ସବ୍ୟସାଚୀ ନାଏକ(୧୮)।

ସେ ସ୍ବାମ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟର ଯୁକ୍ତ ୨ ବିଜ୍ଞାନ ଦ୍ୱିତୀୟ ବର୍ଷର ଛାତ୍ର ଥିଲେ। ହେଲେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଏନେଇ ପାଟଣା ଥାନା ଅଧିକାରୀ କିରଣ ପ୍ରସାଦ ସାହୁ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

Share