ଛାତରୁ ମିଳିଲା ଆଇଟିଆଇ ଛାତ୍ରଙ୍କ ମୃତଦେହ

ରାଉରକେଲା,୧୮।୨(ସଙ୍ଗୀତା ଜେନା): ଝିରପାଣି ଥାନା ଅଧୀନ ଜଗଦାସ୍ଥିତ ଏକ ଘରୋଇ ଆଇଟିଆଇରେ ପଢୁଥିବା ଜଣେ ଛାତ୍ରଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ହାତୀବାରି ବାଂଶଯୋର ନୂଆଟୋଲିର ଅତୁଲିଅନ୍‌ ଯୋଯୋ(୧୯)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏ ନେଇ ଏକ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୩/୨୪) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ମିଳିଥିବା ସୂଚନା ମୁତାବକ, ଅତୁଲିୟନ ଫିଟର୍‌ ଟ୍ରେଡ୍‌ର ପ୍ରଥମ ବର୍ଷ ଛାତ୍ର ଥିଲେ। ସେ ଆଇଟିଆଇ ବିଲ୍‌ଡିଂର ଉପରମହଲା ଛାତ୍ରାବାସରେ ରହୁଥିଲେ। ଶନିବାର ସନ୍ଧ୍ୟାରେ ସହପାଠୀମାନେ ତାଙ୍କୁ ଦେଖିବାକୁ ନ ପାଇ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା। ପରେ ଆଇଟିଆଇ ବିଲ୍‌ଡିଂ ନିକଟ ଅନ୍ୟ ଜଣଙ୍କ ଛାତ ଉପରେ ସେ ପଡ଼ିଥିବା ଦେଖିବାକୁ ମିଳିଥିଲା।

ରବିବାର ସକାଳେ ପୋଲିସ ସେଠାକୁ ଯାଇ ତଦନ୍ତ କରିଥିଲା। ଛାତ୍ରାବାସ ଛାତ ଉପରେ ଥିବା ଅତୁଲିୟନଙ୍କ ମୋବାଇଲ ଓ ଇଅର ଫୋନ୍‌କୁ ପୋଲିସ ଜବତ କରିଥିଲା। ଛାତ୍ରାବାସ ଛାତ ଉପରେ ମୋବାଇଲରେ କଥାବାର୍ତ୍ତା ବେଳେ ସମ୍ଭବତଃ ତଳକୁ ଖସିପଡ଼ି ମୃତ୍ୟୁବରଣ କରିଥିବା କୁହାଯାଉଛି। ମୋବାଇଲ ଫୋନ ଛାତ ଉପରୁ ଜବତ ହେବା ଘଟଣା ତାଙ୍କ ମୃତ୍ୟୁକୁ ରହସ୍ୟାବୃତ୍ତ କରିଛି। ସେହିପରି ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ତେବେ ଘଟଣା ସଠିକ୍‌ ତଦନ୍ତ ଦାବି କରିଛନ୍ତି ପରିବାର ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri