ଉଦୟପୁର ବେଳାଭୂମିରୁ ଉଦ୍ଧାର ହେଲା ଶେଷ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୮l ୮(ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ବେଳାଭୂମିରୁ ନିଖୋଜ ଥିବା ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ମୃତକ ହେଲେ ବାଲିଆପାଳ ବ୍ଲକ କଙ୍କଡାପାଳ ଗ୍ରାମର ମତ୍ସ୍ୟଜୀବୀ ଗୋପାଳ ଗିରି (୫୬ )।

ଏନେଇ ତାଳସାରୀ ମେରାଇନ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୪/୨୫) ରୁଜୁ ହୋଇଛି। ମୃତଦେହ ଚି଼ହ୍ନଟ ପରେ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି l

ମିଳିଥିବା ସୂଚନା ମୁତାବକ, ଅଗଷ୍ଟ ୨ତାରିଖରେ ବାଲିଆପାଳ ବ୍ଲକ କଙ୍କଡାପାଳ ଓ ଚୌମୁଖ ଗ୍ରାମର ୪ଜଣ ମତ୍ସ୍ୟଜୀବୀ ଏକ ଯନ୍ତ୍ରଚାଳିତ ଡଙ୍ଗାରେ ମାଛମାରିବା ପାଇଁ ସୁବର୍ଣ୍ଣରେଖା ମୁହାଁଣରୁ ଗଭୀର ସମୁଦ୍ରକୁ ଯାଇଥିଲେ l ହେଲେ ସମୁଦ୍ରର ଉତ୍ତାଳ ଢେଉରେ ଡ଼ଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ବାପଙ୍କ ସହ ୨ ପୁଅ ଏବଂ ପୁଅର ଶାଳକ ନିଖୋଜ ହୋଇଯାଇଥିଲେ।

ଘଟଣା ପରେ ବାଲେଶ୍ୱର ଜିଲାର ୩ ମେରାଇନ ଥାନା ସହ ପଶ୍ଚିମବଙ୍ଗର ଦୀଘା, ମନ୍ଦାରମଣୀ ମେରାଇନ ଥାନାକୁ ମତ୍ସଜୀବୀଙ୍କ ନିଖୋଜ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଉଭୟ ରାଜ୍ୟର ମେରାଇନ ଥାନା, ମତ୍ସ୍ୟଜୀବୀ ସଂଗଠନ, ମତ୍ସ୍ୟ ବିଭାଗ, ବନବିଭାଗ ସମୁଦ୍ରରେ ଖୋଜାଖୋଜି ଜାରି ରଖିଥିବା ବେଳେ ୨ଜଣ ମତ୍ସ୍ୟଜୀବୀଙ୍କୁ ଭାସୁଥିବା ଅବସ୍ଥାରେ ଏକ ବଙ୍ଗୀୟ ଟ୍ରଲର ଉଦ୍ଧାର କରି ଦୀଘା ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ୨ ମତ୍ସ୍ୟଜୀବୀଙ୍କୁ ସୁସ୍ଥ ଭାବେ ପରିବାରକୁ ହସ୍ତାନ୍ତର କରାଯାଇଥିଲା l

ସୌଭାଗ୍ୟକୁ ୨ ମତ୍ସ୍ୟଜୀବୀ ଜୀବନ ଫେରି ପାଇଥିବା ବେଳେ ଦୁର୍ଭାଗ୍ୟ ବଶତଃ ୨ଜଣ ମତ୍ସ୍ୟଜୀବୀ ବାପ-ପୁଅଙ୍କ ମୃତଦେହ ଉଦୟପୁର ବେଳାଭୂମିରୁ ତାଳସାରୀ ମେରାଇନ ଥାନା ପୋଲିସ ଉଦ୍ଧାର କରିଛି। ଅନ୍ୟପକ୍ଷେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri